Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଫିଆଙ୍କ ଅଭିନବ ପ୍ରୟାସ, ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଟ୍ରକରେ ୧ କୋଟି ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
June 12, 2021
in Crime, State
ମାଫିଆଙ୍କ ଅଭିନବ ପ୍ରୟାସ, ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଟ୍ରକରେ ୧ କୋଟି ଗଞ୍ଜେଇ
171
VIEWS
Share on FacebookShare on Twitter

ଜୟପୁର,(ବାଘୁଆବାର୍ତ୍ତା): ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଟ୍ରକରେ ଗଞ୍ଜେଇ ଚାଲାଣ। ପୁଲିସ୍‌କୁ ଚକମା ଦେବା ପାଇଁ ମାଫିଆମାନେ ଅଭିନବ ଉପାୟରେ ଚାଲାଣ କରୁଥିଲେ ଗଞ୍ଜେଇ। ମାତ୍ର ଧରିନେଲା ପୁଲିସ୍‌। ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁରରେ। ଏକ ଅକ୍ସିଜେନ୍‌ ସିଲିଣ୍ଡର ଭର୍ତ୍ତି ଟ୍ରକ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଜୟପୁର ସଦର ଥାନା ପୁଲିସ୍‌କୁ ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଥିଲା। ଏହି ସୂଚନା ଆଧାରରେ ଓଆଇସି ଏ ମହାକୁଡ଼ଙ୍କ ନେତୃତ୍ୱରେ ଏକ ଟିମ୍ ଜୟପୁର ଘାଟିରାସ୍ତାକୁ ଯାଇଥିଲେ ଓ ଉକ୍ତ ଟ୍ରକ୍‌କୁ ଜବତ କରିଥିଲେ। ଉକ୍ତ ଟ୍ରକ୍‌ରୁ ୧୨୭୭ କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ମୂଲ୍ୟ ପ୍ରାୟ ୧କୋଟି ୧୦ ଲକ୍ଷ ଟଙ୍କା ହେବ। ପୁଲିସ୍ ଉକ୍ତ ଟ୍ରକ୍‌ ସହିତ ୨ଟି ମୋବାଇଲ୍‌କୁ ଜବତ କରିଛି। ଏହି ମାମଲାରେ ପୁଲିସ୍‌ ୨ ଜଣଙ୍କୁ ଗିରପ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଯଶପାଲ ଓ ଲଖବିନ୍ଦର ସିଂହ। ଯଶପାଲ ଟ୍ରକ୍ ଡ୍ରାଇଭର ହୋଇଥିବା ବେଳେ ଲଖବିନ୍ଦର ଜବତ ଗଞ୍ଜେଇ କିଣି ଥିଲେ। ଉଭୟ ଅଭିଯୁକ୍ତ ପଞ୍ଜାବର। ଜବତ ଗଞ୍ଜେଇ ପଞ୍ଜାବକୁ ଚାଲାଣ ହେଉଥିଲା ବୋଲି ଜୟପୁର ସଦର ଥାନା ପୁଲିସ୍ ପକ୍ଷରୁ କୁହାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!