Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ – ନବୀନ

by ସଞ୍ଜୟ ସ୍ୱାଇଁ
June 18, 2021
in State, Technology
ତୃତୀୟ ଲହରର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ରୁହ – ନବୀନ
142
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର ୮ଟି ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅକ୍ସିଜେନ (ଏଲ.ଏମ.ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥାର (ପି.ଏସ.ଏ ପ୍ଲାଣ୍ଟ) ଭିତ୍ତିପ୍ରସ୍ତର ରଖିବା ସହିତ ଅନ୍ୟାନ୍ୟ ଭିତ୍ତିଭୂମିର ଉଦଘାଟନ କରିଛନ୍ତି। ଏହି ୮ଟି ଜିଲ୍ଲା ହେଉଛି – ଝାରସୁଗୁଡା, ଭଦ୍ରକ, ଜଗତସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଂଜ । ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍‌ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ଜୁନ୍ ୯ ତାରିଖରେ ୭ଟି ଓ ଆଜି ୮ଟି (ପି.ଏସ.ଏ ପ୍ଲାଣ୍ଟ) ଭିତ୍ତିପ୍ରସ୍ତର ରଖାଯାଇଛି । ଏହି ୨୦ଟି (ପି.ଏସ.ଏ ପ୍ଲାଣ୍ଟ) ଦ୍ୱାରା ମିନିଟ୍‌ ପ୍ରତି ୨୪ ହଜାର ଲିଟର ମେଡିକାଲ ଅକ୍‌ସିଜେନ ଉତ୍ପାଦିତ ହୋଇପାରିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ରାଜ୍ୟରେ କୋଭିଡ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଥିଲେ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି ବୋଲି ପ୍ରକାଶ କରି ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି । ଏହାସହିତ ଡବଲ ମାସ୍କ ପିନ୍ଧିବା ସହିତ ଟିକା ନିଶ୍ଚିତ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୁଦ୍ଧରେ ଲଢେଇ ଜାରି ରହିଛି । ଅପ୍ରେଲରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଲହରରେ ରୋଗୀଙ୍କ ଅକ୍‌ସିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍‌ପିଟାଲରେ ଅକ୍‌ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରତ୍ୟେକ ଜୀବନ ମୂଲ୍ୟବାନ – ଏହା ହେଉଛି ଆମର ସବୁ ବିପର୍ୟ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡୀ କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ପରିଶେଷରେ ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଥିଲେ । ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ଶ୍ରୀ ନବ ଦାସ, ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ, ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ମନ୍ତ୍ରୀ ଶ୍ରୀ ସମୀର ଦାଶ, ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ମନ୍ତ୍ରୀ ଡ.ଅରୁଣ କୁମାର ସାହୁ ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ୟ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଉଚ୍ଚପ୍ରଶଂସା କରିଥିଲେ । ଉନ୍ନୟନ କମିଶନର ଶ୍ରୀ ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା, ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶ୍ରୀମତୀ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ୟ୍ୟକ୍ରମ ସଂଚାଳନ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ସ୍ୱାସ୍ଥ୍ୟୃ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ ଏବଂ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!