Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

by ସଞ୍ଜୟ ସ୍ୱାଇଁ
April 18, 2026
in Nayagarh
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା
66
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ପାମ୍ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ଅଟ୍ଟଙ୍କ ଅକାଳ ଦେହାନ୍ତ ଘଟିଥିବା ଖବର ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନାନୁସାରେ, ଖୋର୍ଦ୍ଧା ଜିଲ୍ଲା ସାଗୁରଗୁଆଁ ସ୍ଥିତ ବାସଭବନରେ ସେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ। ପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ବାଙ୍କୋଇ ମେଡିକାଲକୁ ନେଇଯାଇଥିଲେ, କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେ ଜଣେ ନିଷ୍ଠାବାନ୍, କର୍ମଠ ଓ ଦାୟିତ୍ୱବାନ୍ ଶିକ୍ଷକ ଭାବେ ପରିଚିତ ଥିଲେ। ଶିକ୍ଷାକ୍ଷେତ୍ରରେ ତାଙ୍କର ଅପାର ଅବଦାନ ରହିଥିବା ସହିତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସେ ବହୁତ ପ୍ରିୟ ଥିଲେ। ସେ ସଦା ଶିକ୍ଷାର ଗୁଣତ୍ୱ ବୃଦ୍ଧି, ଛାତ୍ରଛାତ୍ରୀଙ୍କ ଉନ୍ନତି ଓ ବିଦ୍ୟାଳୟର ସମଗ୍ର ବିକାଶ ପାଇଁ କାର୍ଯ୍ୟ କରୁଥିଲେ। ତାଙ୍କର ଦେହାନ୍ତରେ ଶିକ୍ଷକମଣ୍ଡଳୀ, ପୂର୍ବତନ ଓ ବର୍ତ୍ତମାନ ଛାତ୍ରଛାତ୍ରୀମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସାମାଜିକ ଓ ଶିକ୍ଷାନୁଷ୍ଠାନ ମଧ୍ୟ ଏହି ଦୁଃଖଦ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି। ତାଙ୍କ ମୃତ୍ୟୁରେ ତାଙ୍କ ଗ୍ରାମ ଏବଂ ରଣପୁର ଅଂଚଳରେ ଶୋକର ଛାୟା ଖେଳି ଯାଇଛି ।ପରମେଶ୍ୱରଙ୍କ ନିକଟରେ ତାଙ୍କର ଆତ୍ମାର ଶାନ୍ତି କାମନା କରାଯାଇଥିବା ସହିତ ଶୋକସନ୍ତପ୍ତ ପରିବାରକୁ ଏହି ଅପୂରଣୀୟ କ୍ଷତି ସହିବା ପାଇଁ ଧୈର୍ଯ୍ୟ ଦେବାକୁ ପ୍ରାର୍ଥନା କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!