Saturday, July 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି : ୨୬ ସୁଦ୍ଧା ୱାର୍ଡ ସୀମା ନିର୍ଦ୍ଧାରଣ ସହ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ଓ ନଭେମ୍ବର ୫ ସୁଦ୍ଧା ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ

by ସଞ୍ଜୟ ସ୍ୱାଇଁ
October 22, 2021
in State
ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି : ୨୬ ସୁଦ୍ଧା ୱାର୍ଡ ସୀମା ନିର୍ଦ୍ଧାରଣ ସହ ସଂରକ୍ଷଣ ତାଲିକା ଚୂଡ଼ାନ୍ତ ଓ ନଭେମ୍ବର ୫ ସୁଦ୍ଧା ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ
65
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ତେଜିଲାଣି । ଜିଲ୍ଲାରେ ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌ ପାଇଁ ୱାର୍ଡ ସୀମା ନିର୍ଦ୍ଧାରଣ ସହ ସଂରକ୍ଷଣ ତାଲିକା ଚୂଡ଼ାନ୍ତ କର । ଆସନ୍ତା ୨୬ ସୁଦ୍ଧା ଏ ତାଲିକା ନିର୍ବାଚନ କମିଶନଙ୍କୁ ହସ୍ତାନ୍ତର କରିବାକୁ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ନଭେମ୍ବର ୫ ସୁଦ୍ଧା ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ କରିବାକୁ କୁହାଯାଇଛି । ବାଲାଟ ବକ୍ସର ମରାମତି ଓ ରଙ୍ଗ କାମକୁ ତ୍ୱରିତ ଉପରେ ମଧ୍ୟ ଶ୍ରୀ ପାଢ଼ୀ ଗୁରୁତ୍ୱ ଦେଇଛନ୍ତି । ଫେବ୍ରୁଆରୀ ଦ୍ୱିତୀୟ ସପ୍ତାହରେ ପଞ୍ଚାୟତ ଭୋଟ୍‌ କରିବାକୁ ବିଚାର ଚାଲିଥିଲା ବେଳେ ରାଜ୍ୟ ନିର୍ବାଚନ କମିଶନ ପ୍ରକ୍ରିୟାକୁ ଅଧିକ ଆଗେଇ ନେଇଛନ୍ତି । ଆଜି ନିର୍ବାଚନ କମିଶନର ଶ୍ରୀ ପାଢ଼ୀ ଜିଲ୍ଲାପାଳମାନଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିଥିଲେ । ଆଲୋଚନା ବେଳେ ସେ ସ୍ପଷ୍ଟ ଭାବେ କହିଛନ୍ତି, ପଞ୍ଚାୟତ ଭୋଟ ପାଇଁ ୱାର୍ଡ ଓ ପଦବି ସଂରକ୍ଷଣ ତାଲିକା ଜିଲ୍ଲାପାଳମାନେ ସ୍ୱତନ୍ତ୍ର ବାର୍ତ୍ତାବହ ଜରିଆରେ ନିର୍ବାଚନ କମିଶନଙ୍କୁ ପଠାଇବେ । ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ତରଫରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଧାରିତ ଫର୍ମାଟ୍‌ ପଠାଯାଇଛି । ଇତିମଧ୍ୟରେ ଚିଠା ସଂରକ୍ଷଣ ତାଲିକା ଜାରି ହୋଇଥିଲା ବେଳେ ଆପତ୍ତି ଅଭିଯୋଗର ଶୁଣାଣି ପରେ ଜିଲ୍ଲାପାଳମାନେ ଚୂଡ଼ାନ୍ତ ତାଲିକା କମିଶନଙ୍କୁ ଦେବେ । ଆସନ୍ତା ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସ ସଂପର୍କରେ ନିର୍ବାଚନ କମିଶନର ଆଲୋଚନା କରିଥିଲେ । ଜିଲ୍ଲାରେ କେତେ ସଂଖ୍ୟାରେ ବାଲାଟ୍‌ ବକ୍ସ ଦରକାର ହେବ ଏବଂ ଜିଲ୍ଲାସ୍ତରରେ କେତେ ବାଲାଟ୍‌ ବକ୍ସ ଅଛି, ସେ ସଂପର୍କରେ କମିଶନ ଜାଣିବାକୁ ଚାହିଁଥିଲେ । ପଞ୍ଚାୟତ ନିର୍ବାଚନରେ ବ୍ୟବହୃତ ହେବାକୁ ଥିବା ବାଲାଟ୍‌ ବକ୍ସର ମରାମତି ଓ ରଙ୍ଗ କରାଇବା ପାଇଁ ନିର୍ବାଚନ କମିଶନ ସମସ୍ତ ଜିଲ୍ଲାପାଳଙ୍କୁ କହିଛନ୍ତି । ଏ ବାବଦରେ ୧ କାଟି ୧୬ ଲକ୍ଷ ଟଙ୍କା ଜିଲ୍ଲାଗୁଡ଼ିକୁ ପ୍ରଦାନ କରାଯାଇଛି । ଆସନ୍ତା ନଭେମ୍ବର ୧୫ ସୁଦ୍ଧା ଏ କାମ ସାରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପରେ ଭୋଟ ଗଣତି ସଂପର୍କରେ ନିର୍ବାଚନ କମିଶନ ଏକ ବିସ୍ତୃତ ନିୟମାବଳୀ ଜାରି କରିଛନ୍ତି । ଏଥର ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ବ୍ଲକ୍‌ ମୁଖ୍ୟାଳୟଠାରେ ଅନୁଷ୍ଠିତ ହେବ । ଜିଲ୍ଲାପାଳମାନେ ଭୋଟ ଗଣତି ସଂପର୍କରେ ଜାରି କରାଯାଇଥିବା ବିସ୍ତୃତ ନିୟମାବଳୀକୁ ଅନୁଧ୍ୟାନ କରିବେ । ବ୍ଲକ୍‌ ମୁଖ୍ୟାଳୟରେ ଭୋଟ ଗଣତି କେନ୍ଦ୍ର ଚିହ୍ନଟ ସହ ପ୍ରସ୍ତୁତ କରି ରଖିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ନିର୍ବାଚନ କମିଶନର ଭୋଟର ତାଲିକା ସଂପର୍କରେ ବିଶଦ ଆଲୋଚନା କରିଥିଲେ । ପଞ୍ଚାୟତ ନିର୍ବାଚନ ନିମନ୍ତେ ଜାନୁଆରୀ ୨୦୨୧ରେ ପ୍ରକାଶ ପାଇଥିବା ବିଧାନସଭା ନିର୍ବାଚନ ମଣ୍ଡଳୀ ଭୋଟର ତାଲିକା ସମସ୍ତ ଜିଲ୍ଲାଗୁଡ଼ିକୁ ସି.ଡି (ଏକ୍ସଲ୍‌ ଫର୍ମାଟ୍‌) ଜରିଆରେ ପଠାଯାଇଛି । ଏହାକୁ ଆଧାର କରି ଜିଲ୍ଲାରେ ଆସନ୍ତା ୨୦୨୨ରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରିବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ କମିଶନ ପଞ୍ଚାୟତ ନିର୍ବାଚନ ପାଇଁ ନିର୍ବାଚନ ପଞ୍ଜୀକରଣ ଅଧିକାରୀମାନଙ୍କୁ ନିଯୁକ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ଚିଠି ମାଧ୍ୟମରେ ଅବଗତ କରାଇଛନ୍ତି । ଏହି କାର୍ୟ୍ୟ ଆସନ୍ତା ୨୫ ସୁଦ୍ଧା ସମାପ୍ତ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପଞ୍ଚାୟତ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର ଚିହ୍ନଟ ହେବ । ଯେଉଁଠାରେ ଭୋଟ ଗ୍ରହଣ ନିମନ୍ତେ ସୁବିଧା ନଥିବ ସେଠାରେ ଅସ୍ଥାୟୀ ଭୋଟ ଗ୍ରହଣ କେନ୍ଦ୍ର ନିର୍ମାଣ କରାଯିବ । ଜିଲ୍ଲାସ୍ତରରେ ବାଲାଟ ବକ୍ସ କଭର ନଭେମ୍ବର ୩୦ ସୁଦ୍ଧା କିଣିବାକୁ କମିଶନ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହି କାର୍ୟ୍ୟ କଲାବେଳେ ଆବଶ୍ୟକ ନିର୍ଦ୍ଦେଶାବଳୀକୁ ଅନୁପାଳନ କରିବାକୁ ହେବ ବୋଲି କମିଶନ ସ୍ପଷ୍ଟ କରିଛନ୍ତି । ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ନିର୍ବାଚନ କମିଶନଙ୍କ ସହ ରାଜ୍ୟର ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ପଞ୍ଚାୟତ ଅଧିକାରୀ, ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ, ଉପସଚିବ ଆଜାଦ୍‌ହିନ୍ଦ ପାଣିଗ୍ରାହୀ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!