Friday, May 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

by ସଞ୍ଜୟ ସ୍ୱାଇଁ
May 21, 2025
in State
ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ
169
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପଞ୍ଚାୟତ ଉପନିର୍ବାଚନ ପାଇଁ ଆସିଲା ତାରିଖ । ଆସନ୍ତା ଜୁନ୍ ୨୩ ତାରିଖରେ ହେବ ପଞ୍ଚାୟତ ନିର୍ବାଚନ । ୪୩ ସରପଞ୍ଚ ପଦ ପାଇଁ ଅନୁଷ୍ଠିତ ହେବ ଉପନିର୍ବାଚନ । ଏହାସହିତ ୨୭୨ଟି ଓ୍ୱାର୍ଡ ସଭ୍ୟ ପାଇଁ ବି ହେବ ଉପନିର୍ବାଚନ । ତେବେ ଘୋଷଣା ହୋଇଥିବା ତାରିଖ ଅନୁସାରେ, ୨୩ ଜୁନ୍ରେ ୪୩ ସରପଞ୍ଚ, ୨୭୨ ୱାର୍ଡ ସଭ୍ୟ ଉପନିର୍ବାଚନ । ଏଥିପାଇଁ ଆସନ୍ତା ୨୨ ତାରିଖ ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ ଜାରି କରାଯିବ। ଆସନ୍ତା ୨୬, ୨୮, ୨୯ , ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରି ହେବ। ସରପଞ୍ଚ ପାଇଁ ବ୍ଲକ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ। ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ଆସନ୍ତା ୪ ତାରିଖ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ତା’ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ପଞ୍ଚାୟତ ଅଫିସରେ। ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ ଗ୍ରହଣ ହେବ। ୨୪ ତାରିଖ ସକାଳ ୮ଗରୁ ବ୍ଳକ ଅଫିସରେ ଭୋଟ ଗଣତି ହେବ। ଏନେଇ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!