ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ନୂଆଗାଁ ମହାବିଦ୍ୟାଳୟ ସମ୍ମୁଖ ମହୋତ୍ସବ ପଡିଆରେ ଆରମ୍ଭ ହେବ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା । ଆଜିଠାରୁ ପାଞ୍ଚ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଅନୁଷ୍ଠିତ ହେବ । ଆଜି ଅପରାହ୍ନ ଦୁଇ ଘଟିକା ସମୟରେ ଶ୍ରୀ ଶ୍ରୀ ପଞ୍ଚୁପାଣ୍ଡବ ପିଠ ଠାରୁ ମହୋତ୍ସବ ପଡିଆ ଅଭିମୁଖେ ଏକ ମସାଲ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଅପରାହ୍ନ ୪ ଘଟିକା ଠାରୁ ସ୍ଥାନୀୟ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ବାଚସ୍ପତି ସୁରମା ପାଢ଼ୀ ମହୋତ୍ସବର ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଶୁକାନ୍ତ ପାଣିଗ୍ରାହୀ ଯୋଗ ଦେଉଥିବା ବେଳେ ବିଶିଷ୍ଟ ଅତିଥି ଭାବେ ଚୌଦ୍ୱାର କଟକ ବିଧାୟକ ସୌଭିକ ବିଶ୍ୱାଳ, ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରା ପ୍ରମୁଖ ଯୋଗ ଦେବେ । ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ, ଜିଲ୍ଲା ବନଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ, ନୂଆଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ଉପାଧ୍ୟକ୍ଷ ପର୍ଶୁରାମ ସ୍ୱାଇଁ, ଜିଲ୍ଲା ପରିଷଦ ହରିଶ୍ଚନ୍ଦ୍ର ଜାନି, ଜସ୍ମିନ ଦାସ, ନୂଆଗାଁ ବିଡିଓ ଅମୃତ କୁମାର ରାଉତ ଓ ମଣ୍ଡଳ ଶିକ୍ଷାଧିକାରୀ ଭକ୍ତି ବିନୋଦ ସଲ ପ୍ରମୁଖ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏଥି ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି ।





