Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣିପାଇଁ ଚାଉପଲ୍ଲୀ ଗ୍ରାମବାସୀ ଡହଳ ବିକଳ

by Anil Panda
April 21, 2020
in Planning and Development, State
ପାଣିପାଇଁ ଚାଉପଲ୍ଲୀ ଗ୍ରାମବାସୀ ଡହଳ ବିକଳ
27
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖଣ୍ଡପଡା ବ୍ଳକର ମର୍ଦ୍ଦରାଜପୁର ପଂଚାୟତ ଅଧିନ ଚାଉପଲ୍ଲୀ ଗ୍ରାମର ବାସିନ୍ଦା ଆଜିକୁ ୧୦ଦିନ ହେଲା ପାନୀୟ ଜଳ ପାଇବାରୁ ବଂଚିତ ହୋଇଥିବା ଜଣାଯାଇଛି । ଗ୍ରାମବାସୀଙ୍କୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଣ ନିମନ୍ତେ ଲକ୍ଷାଧିକ ଟଙ୍କା ବ୍ୟୟରେ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଛି । ମାତ୍ର ଯାନ୍ତ୍ରିକ ତୃଟି ଯୋଗୁଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପଟି ଅଚଳ ହୋଇପଡିଛି । ପଂଚାୟତ କର୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁଁ ପାନୀୟ ଜଳ ଯୋଗାଣ ପ୍ରକଳ୍ପଟି କାର୍ଯ୍ୟକ୍ଷମ ହୋଇପାରୁନଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି । ବାରମ୍ବାର ଦାବି ସତ୍ୱେ ମଧ୍ୟ ଏଥିପ୍ରତି ପଂଚାୟତ ଓ ଖଣ୍ଡପଡା ବ୍ଳକ କର୍ତୃପକ୍ଷ ଆଦୈା ଧ୍ୟାନ ଦେଉନଥିବାରୁ ଗ୍ରାମବାସୀମାନେ ଅସନ୍ତୋଷ ପ୍ରକାଶ କରୁଛନ୍ତି । ସାଂପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣକୁ ନେଇ ସବୁଠି ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି ହୋଇଥିବା ବେଳେ ଚାଉପଲ୍ଲୀ ଗ୍ରାମବାସୀ ବାଧ୍ୟ ହୋଇ ବିଭିନ୍ନ ଜଳଉତ୍ସରୁ ପାନୀୟ ଜଳ ସଂଗ୍ରହ କରୁଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!