ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଓଡ଼ିଶାର ତିନି ରାଜ୍ୟସଭା ପ୍ରାଥି । ପ୍ରାର୍ଥିପତ୍ର ପ୍ରତ୍ୟାହାର ସମୟ ଶେଷ ହେବା ପରେ ତିନି ପ୍ରାଥି ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । ସମସ୍ତ ନିର୍ବାଚିତ ପ୍ରାଥି ମାନଙ୍କୁ ଆଜି ସେମାନଙ୍କ ସାର୍ଟିଫିକେଟ ଦେବେ ରିଟର୍ଣ୍ଣିଂ ଅଫିସର । ସୂଚନା ଥାଉକି, ଓଡ଼ିଶାରୁ ତିନୋଟି ଆସନ ଖାଲି ହେଉଥିବା ବେଳେ ତିନି ପ୍ରାଥିଙ୍କ ଛଡା ଅନ୍ୟ କୌଣସି ପ୍ରାଥି ନାମାଙ୍କନ ଭରି ନଥିବାରୁ ଅଶ୍ୱିନୀ, ଦେବାଶିଷ ଓ ଶୁଭାଶିଷ ନିର୍ଦ୍ୱନ୍ଦରେ ନିର୍ବାଚିତ । ଗତ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ଅନେକ ବିଧାୟକଙ୍କ ଉପସ୍ଥିତିରେ ବିଜେଡିରୁ ଦୁଇ କ୍ୟାଣ୍ଡେଟ ନାମାଙ୍କନ ଭରିଥିଲେ । ତେବେ ୧୫ ତାରିଖରେ ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବିଧାୟକ ମାନଙ୍କ ସହ ଆସି ନାମାଙ୍କନ ଭରିଥିଲେ ଅଶ୍ୱିନୀ ବୈଷ୍ଣବ । ଖୁବଶୀଘ୍ର ଅଶ୍ୱିନୀ ବୈଷ୍ଣବ, ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଦିଲ୍ଲୀ ଯାଇ ସାଂସଦ ଭାବେ ଶପଥ ନେବେ ବୋଲି ସୂଚନା ମିଳିଛି ।






