Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୬ ଦିନରେ ମା’ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ମହିଳା ଭକ୍ତ ଙ୍କ ହୁଳହୁଳି ରେ ପ୍ରକମ୍ପିତ

by ସଞ୍ଜୟ ସ୍ୱାଇଁ
May 22, 2025
in State
୧୬ ଦିନରେ ମା’ପାଟ୍ଟଖଣ୍ଡା ଠାକୁରାଣୀ ଯାତ୍ରା: ମହିଳା ଭକ୍ତ ଙ୍କ ହୁଳହୁଳି ରେ ପ୍ରକମ୍ପିତ
26
VIEWS
Share on FacebookShare on Twitter

କନ୍ଧମାଳ: (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ‘ପାଟଖଣ୍ଡା ଠାକୁରାଣୀଙ୍କ ଦ୍ବିବାର୍ଷିକ ଯାତ୍ରା ପାଇଁ ଗାନ୍ଧୀ ଛକ ସ୍ଥିତ ମା ‘ବରାଳ ଦେବୀ ମନ୍ଦିର ଅସ୍ଥାୟୀ ମଣ୍ଡପ ବର୍ତ୍ତମାନ ଚଳ ଚଞ୍ଚଳ ହୋଇ ଦିନକୁ ଦିନ ଭକ୍ତ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି l ଅସ୍ଥାୟୀ ପୀଠ ରେ ମା ‘ପାଟଖଣ୍ଡା ଙ୍କ ସମେତ ମା’ କନକ ଦୁର୍ଗା, ମା’ ଡେଙ୍ଗସିଲ, ମା’ ବରାଳଦେବୀ, ମା’ ମହାମାୟୀ ଓ ମା’ ଦକ୍ଷିଣ କାଳୀ ବିରାଜ ମାନ ଅଛନ୍ତି l ପ୍ରତିଦିନ ସକାଳ ଓ ସନ୍ଧ୍ୟା କାଳୀନ ଆଳତୀ ସମୟରେ ଶହ ଶହ ଭକ୍ତଙ୍କ ସମାଗମ ହେଉଛି l ବୁଧବାର ୧୬ ଦିନରେ ନୂଆସାହି ସ୍ଥିତ ଭାର୍ଟିପଦା ପୂଜା କମିଟି ଅଞ୍ଚଳ କୁ ପରିଭ୍ରମଣ କରି ଆସିଥିଲେ l

ଏହି ଅବସରରେ ସନ୍ଧ୍ୟା ଆଳତୀ ପରେ ପରେ ଏକ ବିରାଟ ପଟୁଆରରେ ଆଦିବାସୀ ଡାକୁଲ ନୃତ୍ୟ, ଦୁଲଦୁଲି, ସାହିଯାତ ମେଢ଼, ଅଘୋରୀ ନୃତ୍ୟ, ଓ ସଂକୀର୍ତ୍ତନ ଦଳର ବାଜା ବାଜଣା ରେ ଅସ୍ଥାୟୀ ପୀଠ ଠାରୁ ବାହାରି ଗାନ୍ଧୀ ଛକ, ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ, ରେଭିନ୍ୟୁ ବଙ୍ଗଳା, ଜଗନ୍ନାଥ ମନ୍ଦିର, ତ୍ରିବେଦୀ ପାର୍କ ଛକ, ବଜାର ଛକ, ପାଟଖଣ୍ଡା ମନ୍ଦିର ଓ ମାର୍କେଟ, ହାଟପଦା ମାର୍କେଟ, ପାଟଖଣ୍ଡା ସାହି ଛକ, ବସଷ୍ଟାଣ୍ଡ ସମ୍ମୁଖ ରାସ୍ତା, ବୁଡ଼ାଗୁଡା ରାସ୍ତା ଛକ, କାଥଲିକ ଚର୍ଚ୍ଚ ଛକ, ନୂଆସାହି ଛକ ଦେଇ ଭାର୍ଟିପଦା ସାହି ରେ ପ୍ରବେଶ କରି ସାହି ସ୍ଥିତ ଅସ୍ଥାୟୀ ପୂଜା ମଣ୍ଡପରେ ପହଞ୍ଚି ଥିଲେ l ଉକ୍ତ ପୂଜା ମଣ୍ଡପ ରେ ପହଞ୍ଚିବା ପରେ ଯଥା ରୀତିନୀତି ଅନୁଯାୟୀ ପୂଜାର୍ଚନା ପରେ ସାହି ର ସମସ୍ତ ଭକ୍ତ ବିଶେଷ କରି ମହିଳା ଭକ୍ତ ମାନେ ଉପସ୍ଥିତ ରହି ମା’ ଙ୍କ ଶୁଭାଶ୍ରିବାଦ ଭିକ୍ଷା କରିଥିଲେ l ଶେଷରେ ଅନ୍ନ ପ୍ରସାଦ ବଣ୍ଟନ ର ବ୍ୟବସ୍ଥା କରାଯାଇଥିଲା l ଏକ ମାସ ଧରି ଚାଲିବାକୁ ଥିବା ଏହି ଯାତ୍ରା ଟାଉନର ଭିନ୍ନ ଭିନ୍ନ ସାହିରେ ପର୍ଦାର୍ପଣ କରିବେ l ଗୁରୁବାର ଦିନ ମା’ମାନେ ଅସ୍ଥାୟୀ ମଣ୍ଡପ ରେ ସମ୍ପୂର୍ଣ୍ଣ ବିଶ୍ରାମ ନେଇ ଭକ୍ତ ମାନଙ୍କୁ ଦର୍ଶନ ଦେବେ l ଶୁକ୍ରବାର ଦିନ ମା ‘ମାନଙ୍କ ଘଟ ଇଲେକ୍ଟ୍ରି ସାହି ଅଞ୍ଚଳ ପରିଭ୍ରମଣ କରିବାର କାର୍ଯ୍ୟକ୍ରମ ରହିଛି l ଆଗାମୀ ଦିନରେ ହେବାକୁ ଥିବା ପ୍ରତ୍ୟେକ ସାହିରେ ଆକର୍ଷଣୀୟ ମେଢ ପାଇଁ ଯୋଜନା ପ୍ରସ୍ତୁତ ହୋଇଛି । ଆକର୍ଷଣୀୟ ପୂଜା ମଣ୍ଡପ ସାଙ୍ଗକୁ ଅସ୍ଥାୟୀ ମଣ୍ଡପ ତୋରଣର ନିର୍ମାଣ କାର୍ଯ୍ୟ ଭକ୍ତଙ୍କୁ ବେଶ ଖୋରାକ ଯୋଗାଉଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!