Friday, June 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଟକ ଏସସିବି ମେଡିକାଲର ଇକ୍‌ମୋ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 1, 2021
in Health, State
କଟକ ଏସସିବି ମେଡିକାଲର ଇକ୍‌ମୋ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ମୃତ୍ୟୁ
41
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକ ଏସସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତ ଯୁବକ ହୃଦ୍‌ଘାତର ଶିକାର ହେବା ପରେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ଏସସିବିର ନ୍ୟୁରୋଲୋଜି ଡିପାର୍ଟମେଣ୍ଟର ଏଚ୍‌ଓଡି ପ୍ରଫେସର ଅଶୋକ ମଲ୍ଲିକଙ୍କ ପୁଅ ଥିଲେ। ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର ଏକାଧିକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ କାମ କରିବା ବନ୍ଦ କରି ଦେଇଥିଲା। ଏହାସହ ଫୁସଫୁସ ଜିନିତ ସମସ୍ୟା ମଧ୍ୟ ଥିଲା। ୨୪ ତାରିଖରେ ସେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନଙ୍କର ଏକ ସ୍ୱତନ୍ତ୍ର ଟିମ୍ ତାଙ୍କ ଉପରେ ୨୪ ଘଣ୍ଟା ନଜର ରଖିଥିଲେ। ତଥାପି ଆମେ ତାଙ୍କୁ ବଞ୍ଚାଇ ପାରିଲୁ ନାହିଁ। ପୂର୍ବରୁ ଇକ୍‌ମୋ ୟୁନିଟ୍‌ରେ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ସେମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ସହିତ ଏସ୍‌ସିବି ଇକ୍‌ମୋ ୟୁନିଟ୍‌ରେ ଏଯାବତ୍ ୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏବେ ଜଣେ ରୋଗୀ ଏହି ଇକମୋ ୟୁନିଟରେ ଚିକିତ୍ସାଧୀନ ଅଛନ୍ତି। ଗତ ଅଗଷ୍ଟ ମାସରେ କଟକ ବଡ଼ ଡାକ୍ତରଖାନାରେ ଇକମୋ ୟୁନିଟ୍‌ ଖୋଲିଥିଲା। ଇକମୋ ୟୁନିଟ ଖୋଲିବା ପରେ କଟକ ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ମହିଳା ପ୍ରଥମେ ଭର୍ତ୍ତି ହୋଇଥିଲେ। ତାଙ୍କ ପରେ ବଲାଙ୍ଗିରର ଜଣେ ମହିଳା, କେନ୍ଦ୍ରାପଡ଼ାର ଜଣେ ବ୍ୟକ୍ତି ଓ ଭୁବନେଶ୍ୱରର ଜଣେ ବ୍ୟକ୍ତି ଭର୍ତ୍ତି ହୋଇଥିଲେ। ଏହି ୪ ଜଣଙ୍କର ମୃତ୍ୟୁ ହୋଇସାରିଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!