Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ମୃତ ପରିବାରକୁ ମଧୁବାବୁ ପେନସନ, ପିଲାଙ୍କୁ ମାଗଣା ଶିକ୍ଷା

by ସଞ୍ଜୟ ସ୍ୱାଇଁ
May 17, 2021
in Health, Lifestyle, State
ବୁଲା ଗାଈ, କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା ମଞ୍ଜୁର
226
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ ମୃତକଙ୍କ ପରିବାରର ବିଧବା ଓ ବାପା ମାଙ୍କୁ ହରାଇ ଥିବା ପିଲା ମାନଙ୍କୁ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରାଯିବା ସହିତ ପିଲାମାନଙ୍କ ପାଇଁ ମାଗଣା ଶିକ୍ଷା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଦ୍ୱିତୀୟ ଲହରର ପ୍ରଭାବ ହ୍ରାସ କରିବା ପାଇଁ ଆମେ ଲକଡାଉନ କରିଛୁ । କିନ୍ତୁ କେବଳ ଲକଡାଉନ ଏହାର ସମାଧାନ ନୁହେଁ । କାରଣ ଏହାଦ୍ୱାରା ଅନେକ ଲୋକଙ୍କ ଜୀବିକା ଗଭୀର ଭାବରେ ପ୍ରଭାବିତ ହେଉଛି । ଏହା ଏକ ଲମ୍ବା ଲଢ଼େଇ । ତେଣୁ ଲୋକଙ୍କୁ ସଚେତନତା ଜରିଆରେ ପ୍ରସ୍ତୁତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରତ୍ୱ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଅନାବଶ୍ୟକ ଭାବରେ ବାହାନାରେ ନ ବୁଲିବା ଏବଂ ଗହଳିକୁ ନ ଯିବା ଆଦି ନିୟମକୁ କଡାକଡି ଭାବରେ ପାଳନ କରିବା ପାଇଁ ଅନୁରୋଧ କରିଥିଲେ । ଭୁତାଣୁକୁ ରୋକିବାରେ ଏହା ଆମର ମୁଖ୍ୟ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । “ପ୍ରତ୍ୟେକ ଜୀବନ ମୂଲ୍ୟବାନ” । ଏହି ନୀତିରେ ହିଁ ଆମେ କାମ କରିଚାଲିଛୁ ଏବଂ ଲୋକଙ୍କ ଜୀବନ ରକ୍ଷା ପାଇଁ ସରକାର ତାଙ୍କର ସମସ୍ତ ଉଦ୍ୟମ ଜାରି ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ଏହି ଅବସରରେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ବିଧାୟକ ମାନଙ୍କୁ କୋଭିଡ ସକ୍ରମଣ ରୋକିବା ଦିଗରେ କାମ କରିବା ପାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ । ବୈଠକରେ ବିଧାୟକ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!