Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟ୍ରୋଲ-ଡିଜେଲର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିବ କଂଗ୍ରେସ

by ସଞ୍ଜୟ ସ୍ୱାଇଁ
June 8, 2021
in Business, Politics
ପେଟ୍ରୋଲ-ଡିଜେଲର ଦର ବୃଦ୍ଧି ପ୍ରତିବାଦରେ ବିକ୍ଷୋଭ କରିବ କଂଗ୍ରେସ
137
VIEWS
Share on FacebookShare on Twitter

ଭୁବନେଶ୍ୱର(ବାଘୁଆବାର୍ତ୍ତା): କରୋନାର ୨ୟ ଲହର ସାରା ଦେଶକୁ କବଳିତ କରିଥିବା ସମୟରେ କେନ୍ଦ୍ରର ମୋଦୀ ସରକାର ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲର ଦରବୃଦ୍ଧି କରିବାରେ ଲାଗିଛନ୍ତି । ଦେଶର କେତେକ ଅଂଚଳରେ ପେଟ୍ରୋଲ ଓ ଡିଜେଲର ଦର ଲିଟର ପ୍ରତି ୧୦୦ ଟଙ୍କା ପାର ହୋଇଛି । ଫଳରେ ଜନସାଧାରଣଙ୍କୁ ଏହା ଅତ୍ୟନ୍ତ ପୀଡ଼ାଦାୟକ ହୋଇଛି । ଘରୋଇ ସାମଗ୍ରୀ ଓ ନିତ୍ୟ ବ୍ୟବହୃତ ଖାଦ୍ୟ ସାମଗ୍ରୀର ଦର ଆକାଶଛୁଆଁ ହୋଇଛି । ଏହାର ପ୍ରତିବାଦରେ କଂଗ୍ରେସ ଧାରଣା ଦେବା ସହ ବିକ୍ଷୋଭ କରିବ ବୋଲି ନିଷ୍ପତ୍ତି ନେଇଛି । ୧୩ ମାସ ମଧ୍ୟରେ ପେଟ୍ରୋଲ ଲିଟର ପ୍ରତ ୨୫.୭୨ ଓ ଡିଜେଲ ୨୩.୯୩ ଟଙ୍କା କେନ୍ଦ୍ର ସରକାର ବଢ଼ାଇଥିଲା ବେଳେ ଗତ ୫ମାସ ମଧ୍ୟରେ ୪୩ ଥର ଦର ବୃଦ୍ଧି ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାର ଟିକସ ବୃଦ୍ଧିର ବାହାନାରେ ମହାମାରୀ ସମୟରେ ଲୋକଙ୍କଠାରୁ ଲୁଟୁଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି । ତୁରନ୍ତ ତୈଳଯାତ ଦ୍ରବ୍ୟ ଉଭୟ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବା ଦାବିରେ ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶରେ ଆସନ୍ତା ୧୧ ତାରିଖ ପ୍ରାତ ୭ରୁ ୧୧ଟା ପର୍ୟ୍ୟନ୍ତ ରାଜ୍ୟର ସମସ୍ତ ପେଟ୍ରୋଲ ପମ୍ପ ଆଗରେ କଂଗ୍ରେସ ଦଳ ତରଫରୁ ସାଂକେତିକ ଧାରଣା ଓ ବିକ୍ଷୋଭ କରାଯିବ । ଏନେଇ ପ୍ରେସ ବିଜ୍ଞପ୍ତି ଜରିଆରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରକାଶ କରିଛନ୍ତି। ଏହି ଅବସରରେ କୋଭିଡ-୧୯ର ସମସ୍ତ ନୀତିନିୟମକୁ ଅନୁପାଳନ କରି ଯଥା ମାସ୍କ ପିନ୍ଧିବା, ସାମାଜିକ ଦୂରତାକୁ ବଜାୟ ରଖାଯିବ ବୋଲି କହିଛନ୍ତି ଶ୍ରୀ ପଟ୍ଟନାୟକ। ଏଥିସହ ୧୧ ତାରିଖର କାର୍ୟ୍ୟକ୍ରମକୁ ସଫଳ କରିବା ପାଇଁ ଜିଲ୍ଲା, ବ୍ଲକ, ନଗର ସ୍ତରରେ ତୁରନ୍ତ ଜିଲ୍ଲା କଂଗ୍ରେସ ସଭାପତିମାନେ ପ୍ରସ୍ତୁତି ବୈଠକ କରିବାକୁ ସେ କହିଛନ୍ତି । ଏଥିସହ ବିକ୍ଷୋଭ ସ୍ଥଳକୁ ପେଟ୍ରୋଲ ଓ ଡିଜେଲ ବ୍ୟବହୃତ କୌଣସି ଯାନବାହନ ବ୍ୟବହାର କରି ନ ଆସିବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!