Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତାକାଲି ସକାଳ ୮ଟାରୁ କରାଯିବ ପିପିଲି ଭୋଟ୍ ଗଣତି

by ସଞ୍ଜୟ ସ୍ୱାଇଁ
October 2, 2021
in State
ଆସନ୍ତାକାଲି ସକାଳ ୮ଟାରୁ କରାଯିବ ପିପିଲି ଭୋଟ୍ ଗଣତି
49
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୩୦ ତାରିଖରେ ଭୋଟ୍ ଗ୍ରହଣ ହୋଇଥିବା ବେଳେ ଆସନ୍ତାକାଲି ଗଣତି ହେବ। ସକାଳ ୮ଟାରୁ ଭୋଟ୍ ଗଣତି କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶିଲ ଲୋହାନୀ ଆଜି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ୍ ବାଲାଟ୍ ଗଣତି କରାଯିବ। ଏହା ପରେ ୮ଟା ୩୦ରୁ ଇଭିଏମ୍‌ରେ ପଡ଼ିଥିବା ଭୋଟ୍ ଗଣତି କରାଯିବ। ୨ଟି ହଲ୍‌ ଇଭିଏମ୍ ଓ ଗୋଟିଏ ହଲ୍‌ ପୋଷ୍ଟାଲ୍ ବାଲାଟ୍ ଗଣତି କରାଯିବ। ଇଭିଏମ୍ ପାଇଁ ଗୋଟିଏ ହଲ୍‌ରେ ୭ଟି ଲେଖାଏଁ ଟେବୁଲ୍ ପଡ଼ିବ। ସେହି ହିସାବରେ ଦୁଇଟି ହଲ୍‌ରେ ୧୪ଟି ଟେବୁଲ ପଡ଼ିବ। ଗଣତି କରିବାକୁ ମୋଟ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ସେହିପରି ଗଣତି କେନ୍ଦ୍ରରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ଶ୍ରୀ ଲୋହାନୀ କହିଛନ୍ତି। ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏଥର ୨ ଲକ୍ଷ ୨୯ ହଜାର ୯୯୮ ଜଣ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୭୮.୨୫ % ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ୧୯୯୫ ମସିହା ପରେ ପିପିଲି ନିର୍ବାଚନ ମଣ୍ଡଳୀରେ ଏହା ସର୍ବାଧିକ ମତଦାନ। ୧୯୯୫ ମସିହାରେ ଏଠାରେ ୮୨.୩% ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଥିଲେ। ଏଥର ଉପନିର୍ବାଚନ ପାଇଁ ୩୪୮ଟି ବୁଥ୍ କରାଯାଇଥିଲା। ସେଥିରୁ ୨୦୧ଟି ସମ୍ବେଦନଶୀଳ ବୁଥ୍‌ରେ କୌଣସି ପ୍ରକାର ଗଡ଼ବଡ଼କୁ ଏଡ଼ାଇବାକୁ ଅତିରିକ୍ତ ଦୃଢ଼ ବ୍ୟବସ୍ଥା ହୋଇଥିଲା। ସୂଚନାଯୋଗ୍ୟ, ବିଜେଡି ପକ୍ଷରୁ ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ପ୍ରତାପ ମହାରଥୀ ପ୍ରାର୍ଥୀ ହୋଇଥିବା ବେଳେ ବିଜେପି ପକ୍ଷରୁ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସରୁ ବିଶ୍କଶନ ହରିଚନ୍ଦନ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!