ଭୁବନେଶ୍ବର ,(ବାଘୁଆବାର୍ତ୍ତା): ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ। ପିପିଲି ଉପନିର୍ବାଚନର କଂଗ୍ରେସ ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ଦେହାନ୍ତ ପରେ ଏହି ନିଷ୍ପତ୍ତି ନିଆଯାଇଛି। ପିପିଲିରେ ସାନି ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବ। ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟ ପରେ ପଦକ୍ଷେପ ନିଆଯିବ। ରିପୋର୍ଟ ମିଳିବା ପରେ ମୁଖ୍ୟ ନିର୍ବାଚନ କମିସନଙ୍କୁ ଅବଗତ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନୀ ସୂଚନା ଦେଇଛନ୍ତି।





