Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଯୋଦ୍ଧାଙ୍କ ସମେତ ୫ ଜଣଙ୍କ ପ୍ଲାଜ୍‌ମା ଦାନ

by Anil Panda
August 10, 2020
in Feature News, Nayagarh
କରୋନା ଯୋଦ୍ଧାଙ୍କ ସମେତ ୫ ଜଣଙ୍କ ପ୍ଲାଜ୍‌ମା ଦାନ
213
VIEWS
Share on FacebookShare on Twitter

ପ୍ଲାଜ୍‌ମା ଦେଇଥିବା ବ୍ୟକ୍ତିଙ୍କୁ ମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରୁ କରୋନା ଯୋଦ୍ଧାଙ୍କ ସମେତ ୫ ଜଣ ପ୍ଲାଜମା ଦାନ କରିଥିବା ଜଣାଯାଇଛି । କରୋନା ଆକ୍ରାନ୍ତ ହୋଇଥିବା କରୋନା ଯୋଦ୍ଧା କନେଷ୍ଟବଳ ତୁଷାର କାନ୍ତ ନାୟକ କଟକ ଏସ୍‌ସିବି ମେଡିକାଲ କଲେଜରେ ପ୍ଲାଜମା ଦାନ କରିଛନ୍ତି । ଏଥିସହିତ ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ନୂଆଗାଁ ବ୍ଲକର ଉମାକାନ୍ତ ତ୍ରିପାଠୀ, ରାଜ କିଶୋର ସାହୁ ମଧ୍ୟ ପ୍ଲାଜମା ଦାନ କରିଥିବା ବେଳେ ତାଙ୍କୁ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଶୁଭେଚ୍ଛା ଓ ସମ୍ବର୍ଦ୍ଧନା ଜଣାଇଛନ୍ତି । ମନ୍ତ୍ରୀ ବାସଭବନରେ ଏହି ଦୁଇ ଯୁବକଙ୍କୁ ପୁଷ୍ପମାଳ ଦେଇ ସମ୍ବର୍ଦ୍ଧିତ କରିଥିବା ଜଣାଯାଇଛି । ଏଥିସହିତ ଆଜି ନୟାଗଡ଼ ନିର୍ବାଚନ ମଣ୍ଡଳୀରୁ ପ୍ଲାଜମା ଦାନ କରିବାକୁ ଭୂବନେଶ୍ୱର ଯାଇଥିବା ତିନିଜଣଙ୍କ ମଧ୍ୟରୁ ଓଡ଼ଗାଁ ବ୍ଲକ୍ ସୁନାମୁହିଁ ଗ୍ରାମର ମହେନ୍ଦ୍ର କୁମାର ସାହୁ, ନୟାଗଡ଼ ମୁନିସିପାଲିଟିର ରାହୁଲ ସୁବୁଦ୍ଧି ପ୍ଲାଜମା ଦାନ କରିଥିବା ଜଣାଯାଇଛି । ଏଠାରେ ପ୍ରକାଶ ଯୋଗ୍ୟ ଯେ, ରାଜ୍ୟରେ କରୋନା ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ରାଜ୍ୟ ସରକାର ଏହାକୁ କମାଇବା ପାଇଁ ବିିଭିନ୍ନ ପଦକ୍ଷେପ ନେଉଛନ୍ତି । ଗତ କିଛିଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନାରେ ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କୁ ପ୍ଲାଜମା ଦାନ କରିବା ପାଇଁ ଅନୁରୋଧ କରିଥିଲେ । ଏଥିପାଇଁ ରାଜନୈତିକ ଓ ପ୍ରଶାସନିକ ସ୍ତରରେ ଉଦ୍ୟମ ଜାରି ରହିଛି । ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ସାହୁ ନିଜ ନିର୍ବାଚନ ମଣ୍ଡଳୀ ପାଇଁ ଆହ୍ୱାନ ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!