Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ଭାବ୍ୟ ବନ୍ୟା, ବାତ୍ୟା ଆଦି ବିପର୍ୟ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
June 23, 2021
in Planning and Development, State
ସମ୍ଭାବ୍ୟ ବନ୍ୟା, ବାତ୍ୟା ଆଦି ବିପର୍ୟ୍ୟୟ ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
113
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ୟ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ବିପର୍ୟ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହାମାରୀର ପ୍ରଭାବ ସତ୍ତେ୍ୱ ଓଡିଶା ବିଭିନ୍ନ ବିପର୍ୟ୍ୟୟର ଉତ୍ତମ ମୁକାବିଲା କରି ବିଶ୍ୱସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ୟ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ଏହାସହିତ ସରକାରଙ୍କ ସବୁ ବିଭାଗ ସମନ୍ୱିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ ଆମର ବିପର୍ୟ୍ୟୟ ପରିଚାଳନା ନୀତି କାର୍ୟ୍ୟକାରୀ କରାଯାଉଛି। ଏହାଦ୍ବାରା ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ୟ୍ୟୟର ପ୍ରଭାବକୁ କମ୍‌ କରାଯାଇପାରିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଆମ ଦେଶରେ ସବୁଠାରୁ ବିପର୍ୟ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ୟ୍ୟୟ ଆମେ ନିୟମିତ ଭାବରେ ସାମ୍‌ନା କରିଆସୁଛୁ । ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ୟ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ୟ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫନ ଓ ବାତ୍ୟା ୟାସ୍‌ର ସାମ୍‌ନା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମେ ଏ ସଂପର୍କରେ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛୁ । ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୁନ୍‌ରୁ ଅକ୍ଟୋବର ପର୍ୟ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ୟ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ୟ୍ୟୟକୁ ଆଖିଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରି ଯେକୌଣସି ପ୍ରକାର ପରିସ୍ଥିତିର ସାମ୍‌ନା କରିବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ୟ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ୱାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିପଦସଂକୁଳ ଓ ଅଗମ୍ୟ ଅଂଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରୀ । ବିପର୍ୟ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ୱ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରିଲିଫ ଓ ଉଦ୍ଧାର କାର୍ୟ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ୟ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ୟ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ବିପର୍ୟ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିପର୍ୟ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ । ସମସ୍ତ ବିପର୍ୟ୍ୟୟ ପ୍ରବଣ ଅଂଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପର୍ୟ୍ୟୟ ପରିଚାଳନା ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ଏବଂ ସରକାରୀ କର୍ମଚାରୀ ଓ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ପ୍ରକୃତିର ବିଭୀଷିକାର ମୁକାବିଲା ପାଇଁ ଆମର ସମାଜ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଆଲୋଚନାରେ ସାଂସଦ ଶ୍ରୀ ଚନ୍ଦ୍ରଶେଖର ସାହୁ, ବିଧାୟକ ଶ୍ରୀ ନରସିଂହ ମିଶ୍ର, ବିଧାୟକ ଶ୍ରୀ ଜୟନ୍ତ ଷଡଙ୍ଗୀ, ବିଧାୟକ ଶ୍ରୀ ପ୍ରତାପ କେଶରୀ ଦେଓ, ବିଧାୟକ ଶ୍ରୀ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ୟ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଥିଲେ । ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିପର୍ୟ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ସ୍ବତନ୍ତ୍ର ରିଲିଫ କମିଶନର ଶ୍ରୀ ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!