Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବୃଆରୀ ୧୮ରୁ ପ୍ଲସ୍ ଟୁ ଥିଓରି ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 12, 2025
in Education, State
ଫେବୃଆରୀ ୧୮ରୁ ପ୍ଲସ୍ ଟୁ ଥିଓରି ପରୀକ୍ଷା
45
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଫେବୃଆରି ୧୮ ରୁ ଯୁକ୍ତ ଦୁଇ ଥିଓରି ପରୀକ୍ଷା ଆରମ୍ଭ ହେଉଥିବା ବେଳେ ଆଜିଠୁ ପ୍ରଶ୍ନପତ୍ର ପଠାଯିବ। ଆଜିଠାରୁ ଫେବୃଆରୀ ୧୪ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ‘ପରୀକ୍ଷା ପରିଚାଳନା ହବ୍ (ଇଏମ୍ଏଚ୍) ଗୁଡ଼ିକୁ ପ୍ରଶ୍ନପତ୍ର ସମେତ ଅନ୍ୟାନ୍ୟ ଜରୁରୀ କାଗଜପତ୍ର ପଠାଯିବ। ତାହାକୁ ନଜରରେ ରଖି ହବ ଗୁଡ଼ିକର ସୁରକ୍ଷା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ପରିଷଦ ପକ୍ଷରୁ ସମସ୍ତ ହବ୍ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବର୍ଷ ଯୁକ୍ତ ୨ ରେ ୩ ଲକ୍ଷ ୯୩ ହଜାର ୬୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। କଳାରେ ସର୍ବାଧିକ ୨ ଲକ୍ଷ ୪୭ ହଜାର ୩୯୧, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର ୯୮୦, ବାଣିଜ୍ୟରେ ୨୫ ହଜାର ୫୨୬, ଧନ୍ଦା ମୂଳକରେ ୫ ହଜାର ୭୨୧ ଜଣ ପରୀକ୍ଷାର୍ଥୀ ରହିଛନ୍ତି। ଏଥର ୨୦୫ଟି ହବ୍ କରାଯାଇଛି। ଚଳିତ ବର୍ଷ ୧୨୬୭ଟି ପରୀକ୍ଷା କେନ୍ଦ୍ର ହୋଇଛି, ଯାହାକି ୨୦୫ଟି ହବ୍ ଅଧୀନରେ ରହିଛି। କଲେଜ ଅଧ୍ୟକ୍ଷମାନେ ମୁଖ୍ୟତଃ ହବ୍ ସୁପରଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି। ଯେଉଁଠାରେ ଅଧ୍ୟକ୍ଷ ଦାୟିତ୍ବରେ ନାହାନ୍ତି, ସେଠାରେ ଶିକ୍ଷାନୁଷ୍ଠାନର ବରିଷ୍ଠ ଅଧ୍ୟାପକଙ୍କୁ ସୁପରଭାଇଜର ଦାୟିତ୍ବରେ ରଖାଯାଇଛି। ସୁପରଭାଇଜରଙ୍କ ବ୍ୟତୀତ ଇଏମ୍ଏଚ୍ ରେ ଡେପୁଟି ସୁପରଭାଇଜର, ଇଏମ୍ଏଚ୍ ସହାୟକ, ଜଣେ ଲେଖାଏ ଅଧିକାରୀ ଓ ନାଇଟ୍ ୱାର୍‌ମ୍ୟାନ୍ ହବ୍ ପରିଚାଳନା ଦାୟିତ୍ବରେ ରହିଛନ୍ତି। ହବ୍ର ଷ୍ଟ୍ରଙ୍ଗ୍‌ରୁମ୍‌ରେ ୨୪ ଘଣ୍ଟିଆ ସିସିଟିଭି କ୍ୟାମେରା ସହ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ପୁଲିସ ପହରା ବ୍ୟବସ୍ଥା କରାଯିବ। ପ୍ରଶ୍ନପତ୍ର ଗ୍ରହଣ କରିବା ଦିନଠାରୁ ହିଁ ହବ୍‌ଗୁଡ଼ିକ କାର୍ଯ୍ୟକ୍ଷମ ହେବ। କୌଣସି ବି ପରିସ୍ଥିତିରେ ହବ୍ ସୁପରଭାଇଜର କିମ୍ବା ଡେପୁଟି ସୁପରଭାଇଜର ଷ୍ଟ୍ରଙ୍ଗ୍‌ରୁମ୍‌କୁ ଏକା ଖୋଲି ପ୍ରବେଶ କରିପାରିବେ ନାହିଁ । ଯେତେବେଳେ ବି ଷ୍ଟ୍ରଙ୍ଗ୍‌ରୁମ୍ ଖୋଲାଯିବ ସେତେବେଳେ ଉଭୟ ଉପସ୍ଥିତ ରହିବା ବାଧ୍ୟତାମୂଳକ । ସେହିପରି ଉଭୟ ମିଳିତ ଭାବେ ପରିଷଦ କର୍ମଚାରୀଙ୍କଠାରୁ ପ୍ରଶ୍ନପତ୍ର ପ୍ୟାକେଟ୍ ଗ୍ରହଣ କରିବେ। ପରିଷଦ କିମ୍ବା ହବ୍‌ସ୍ତରରେ ପ୍ରଶ୍ନପତ୍ର ପ୍ୟାକେଟ୍ ଖୋଲାଯାଇପାରିବ ନାହିଁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ କିଭଳି ପ୍ରଶ୍ନପତ୍ର ଯିବ ସୁପରଭାଇଜରମାନେ ରୁଟ୍‌ଚାର୍ଟ ପ୍ରସ୍ତୁତ କରିବେ । ପରୀକ୍ଷା କେନ୍ଦ୍ର ସୁପରିଟେଣ୍ଡେଣ୍ଟ୍ ସିଲ୍ ଥିବା ପ୍ରଶ୍ନପତ୍ର ଗ୍ରହଣ କରିବେ।ଷ୍ଟ୍ରଙ୍ଗ୍‌ରୁମ୍‌କୁ ଅସ୍ଥାୟୀ ଟ୍ରେଜର୍ ଭାବେ ଘୋଷଣା କରାଯିବ । ପ୍ରତି ହବ୍‌ରେ ଅଧ୍ୟାପକମାନଙ୍କୁ ନେଇ ଗୋଟିଏ ପ୍ୟାନେଲ୍ ଗଠନ କରାଯିବ, ଯେଉଁମାନେ କି ଅବ୍‌ଜରଭର୍ ଭାବେ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପ୍ରଶ୍ନପତ୍ର ନେଇ ଯିବେ ଏବଂ ସେଠାରେ ପରୀକ୍ଷା ପରିଚାଳନାର ତଦାରଖ କରିବେ। ହବ୍ କେନ୍ଦ୍ର ଲାଗି କୌଣସି ଅବ୍‌ଜରଭର୍ ନିଯୁକ୍ତ ହେବେ ନାହିଁ। ବରଂ ଟ୍ୟାଗ୍ କଲେଜ ପାଇଁ କେବଳ ଅବ୍ଜରଭର କାମ କରିବେ । ପରୀକ୍ଷା ଦିନ ସକାଳ ୮ଟା ୩୦ ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ଯେପରି ପ୍ରଶ୍ନପତ୍ର ପହଞ୍ଚିବ ସେଦିଗରେ ହବ୍ ସୁପରଭାଇଜର ଗୁରୁତ୍ବ ଦେବେ । କୌଣସି ପରିସ୍ଥିତିରେ ହବ୍ର ସିସିଟିଭି କ୍ୟାମେରାରେ ରେକର୍ଡିଂ ବନ୍ଦ ହେବନି ଏବଂ ରାତ୍ରିକାଳୀନ ପାଟ୍ରୋଲିଂ ଉପରେ ସ୍ଥାନୀୟ ପୁଲିସ ଗୁରୁତ୍ବ ଦେବାକୁ ପରିଷଦ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!