Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଣି ପୁଅଙ୍କୁ ଟପିଲେ ଝିଅ

by ସଞ୍ଜୟ ସ୍ୱାଇଁ
May 21, 2025
in Education, State
ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ, ପୁଣି ପୁଅଙ୍କୁ ଟପିଲେ ଝିଅ
75
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ଵାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏକ ସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଫଳାଫଳ ବାହାରିଛି। ମୋଟ୍ ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩ ଲକ୍ଷ ୧୬ ହଜାର ୭୮୭ ଜଣ ଯୁକ୍ତ ୨ ପରୀକ୍ଷାରେ କୃତକାର୍ଯ୍ୟ କରିଛନ୍ତି। ପାସ୍ ହାର ୮୨.୭୭ ପ୍ରତିଶତ ରହିଛି। ଏଥର ବି ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି। ଏଥିରୁ ୧,୪୨,୫୧୨ ଛାତ୍ର ଏବଂ ୧,୭୪, ୨୫୧ ଜଣ ଛାତ୍ରୀ ପାସ୍ କରିଛନ୍ତି। ଝିଅଙ୍କ ପାସ ହାର ୮୭.୨୪ ପ୍ରତିଶତ ରହିଥିବା ବେଳେ ପୁଅଙ୍କ ପାସ ହାର ୭୭.୮୮ ପ୍ରତିଶତ ରହିଛି। କଳାରେ ୮୦.୫୧ ପ୍ରତିଶତ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ବିଜ୍ଞାନରେ ୮୭.୪୯ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ବାଣିଜ୍ୟରେ ୮୩.୨ ପ୍ରତିଶତ ଏବଂ ଧନ୍ଦାମୂଳକରେ ୬୦ ପ୍ରତିଶତ ପରୀକ୍ଷାର୍ଥୀ କୃତକାର୍ଯ୍ୟ କରିଛନ୍ତି। ବୁଧବାର ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସଚିବ ଶାଳିନୀ ପଣ୍ଡିତ, ପରିଷଦର ଅଧ୍ୟକ୍ଷ ମୁଣାଳକାନ୍ତି ଦାସ, ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ାଙ୍କ ସମେତ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହି ପରୀକ୍ଷାଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ଏହାର ଘଣ୍ଟାଏ ପରେ ଅର୍ଥାତ ଅପରାହ୍ଣ ୫ଟାରେ ପରୀକ୍ଷାର୍ଥୀ result.odisha.gov.in କିମ୍ବା results.digiliocket.gov.in ମାଧ୍ୟମରେ ନିଜର ପରୀକ୍ଷା ଫଳ ଜାଣି ପାରିବେ। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ, ଅଧ୍ୟକ୍ଷା ପରୀକ୍ଷା ଫଳ ଘୋଷଣାର ଏକ ଘଣ୍ଟା ପରେ ସାମ୍ସ ଇସ୍ପେସ୍ରୁ ସେମାନଙ୍କର ସ୍କୁଲର ଟାବୁଲେସନ ରେଜିଷ୍ଟର ପାଇ ପାରିବେ । ଯାହାକି ପିଲାମାନଙ୍କ ୨୦୨୫ ମସିହା ତତ୍କାଳ ପରୀକ୍ଷାର ଫର୍ମ ପୂରଣ ପାଇଁ ସହାୟକ ହେବ । ସୂଚନାଯୋଗ୍ୟ, ଯୁକ୍ତ ଦୁଇ ପରୀକ୍ଷା ଗତ ଫେବ୍ରୁଆରୀ ୧୮ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୮ରେ ଶେଷ ହୋଇଥିଲା । ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି । ସୂଚନାଯୋଗ୍ୟ, ଚଳିତ ବର୍ଷ ୩ ଲକ୍ଷ ୯୩ ହଜାର ଛାତ୍ରଛାତ୍ରୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ କଳା ବିଭାଗରେ ୨ ଲକ୍ଷ ୪୭ ହଜାର, ବିଜ୍ଞାନରେ ୧ ଲକ୍ଷ ୧୪ ହଜାର, ବାଣିଜ୍ୟରେ ୨୫ ହଜାର ଓ ଧନ୍ଦାମୂଳକରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!