Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ୍‌ ଏଏସ୍‌ଆଇଙ୍କୁ ସଂଘବଦ୍ଧ ଆକ୍ରମଣ

by ସଞ୍ଜୟ ସ୍ୱାଇଁ
January 4, 2024
in Crime, State
ପୁଲିସ୍‌ ଏଏସ୍‌ଆଇଙ୍କୁ ସଂଘବଦ୍ଧ ଆକ୍ରମଣ
133
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ଅପହରଣ ମାମଲାର ତଦନ୍ତ କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି ପୁଲିସ୍‌ ଏଏସ୍‌ଆଇ। ଗୁରୁତର ଅବସ୍ଥାରେ ସେ ଏବ ହସ୍ପିଟାଲ ବେଡରେ ପଡ଼ି ରହିଛନ୍ତି। ଏପରି ଏକ ଅଭାବନୀୟ ଘଟଣା ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରେ ଘଟିଛି। ଗୁରୁତର ପୁଲିସ୍‌ କର୍ମଚାରୀଜଣକ ହେଲେ ମନମୁଣ୍ଡା ଥାନା ASI କୁମୁଦ ଭୋଇ । ଦପଲାଠାରେ ଗତକାଲି ବିଳମ୍ବିତ ରାତ୍ରିରେ ASI କୁମୁଦ ଭୋଇଙ୍କ ଉପରକୁ ଏପରି ମରଣାନ୍ତକ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଦପଲ୍ଲା ଗ୍ରାମରେ ଏକ ଅପହରଣ ହୋଇଥିବା ନେଇ ଗତ ରାତିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ୧୧୨କୁ ଫୋନ୍‌ ଆସିଥିଲା। ଘଟଣାର ତଦନ୍ତ ପାଇଁ ଏଏସଆଇ କୁମୁଦ ଭୋଇ ପିସିଆର ଭ୍ୟାନ୍‌ରେ ନିଜ ଟିମ୍ ନେଇ ଦପଲ୍ଲା ଗ୍ରାମକୁ ଯାଇଥିଲେ । ପୁଲିସ୍‌ ଟିମ୍‌ ଉକ୍ତ ସ୍କୁଲ ନିକଟରେ ପହଞ୍ଚିବା ପରେ କିଛି ବ୍ୟକ୍ତି ଗାଡ଼ି ଅଟକାଇଥିଲେ। ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ASIଙ୍କୁ ମିଳିତ ଭାବେ ଠେଙ୍ଗାରେ ଆକ୍ରମଣ କରି ଲହୁ ଲୁହାଣ କରି ଫେରାର ହୋଇ ଯାଇଥିଲେ। ତେବେ ତାଙ୍କ ସାଙ୍ଗରେ ଥିବା ଅନ୍ୟ ଦୁଇ ଜଣ ହୋମଗାର୍ଡ ଏବଂ ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିଲେ। ଅନ୍ୟପଟେ ଗୁରୁତର ଅବସ୍ଥାରେ ଏଏସଆଇ କୁମୁଦ ଭୋଇଙ୍କୁ ପୁଲିସ୍‌ ଟିମ୍‌ ଉଦ୍ଧାର କରି ପ୍ରଥମେ ସୋନପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ସେଠାରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗୀର ମେଡିକାଲ ଏବଂ ପରେ ବରଗଡ଼ ବିକାଶ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!