Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ପାପୁଲି ଛିଡ଼ାଇଥିଲା, ପୁଲିସ କଲା ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
October 10, 2024
in Crime, State
ପୁଲିସ ପାପୁଲି ଛିଡ଼ାଇଥିଲା, ପୁଲିସ କଲା ଏନକାଉଣ୍ଟର
164
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): କନଷ୍ଟେବଲଙ୍କ ପାପୁଲି ଛିଡ଼ାଇ ଦେଇଥିବା ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁଲିସ। ଅଭିଯୁକ୍ତ ଜଣଙ୍କ ହେଲେ କମଲୁ ପ୍ରଧାନ। ତାର ଡାହାଣ ଗୋଡ଼ରେ ଗୁଳି ବାଜିଛି। କମଲୁକୁ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଏପରି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲାରେ। ଗତ ୪ ତାରିଖରେ ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଝରାପାଲି ଗାଁରେ ପୁଲିସ କନେଷ୍ଟବଲ ସରୋଜ ଭୋଇଙ୍କ ଉପରକୁ ଆକ୍ରମଣ କରିଥିଲା କମଲୁ। ଦାମ୍ପତ୍ୟ ଝଗଡ଼ାର ସମାଧାନ ପାଇଁ ଯାଇଥିବା ବେଳେ କନଷ୍ଟେବଲଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ପାପୁଲି ଛିଡ଼ାଇ ଦେଇଥିଲା। ଘଟଣାପରଠୁ ଫେରାର ଥିଲା କମଲୁ। ପରେ ପୁଲିସ କମଲୁକୁ ଧରିବାକୁ ଚେଷ୍ଟା ଚଳାଇଥିଲା। କଟାପାଲି ନିକଟ ଜଙ୍ଗଲରେ କମଲୁ ଲୁଚି ଥିବା ପୁଲିସ କୌଣସି ସୁତ୍ରରୁ ଖବର ପାଇଥିଲା। ପୁଲିସ ଟିମ୍ ଜଙ୍ଗଲରେ ପହଞ୍ଚି ଖୋଜାଖୋଜି କରିଥିଲେ। ଜଙ୍ଗଲରେ କମଲୁକୁ ଧରିଥିଲେ। ପୁଲିସ ନିକଟରେ ସରେଣ୍ଡର ପାଇଁ କମଲୁକୁ ପୁଲିସ ପକ୍ଷରୁ କୁହାଯାଇଥିଲା। ହେଲେ କମଲୁ ପୁଲିସକୁ ଭୁଜାଲିରେ ଆକ୍ରମଣ କରିଥିଲା। ଜଣେ ପୁଲିସ ଇନ୍ସପେକ୍ଟରଙ୍କ ଡାହାଣ ହାତରେ ଗଭୀର ଆଘାତ ଲାଗିଥିଲା। ପୁଲିସକୁ ଆକ୍ରମଣ କରିବା ପରେ କମଲୁ ଚମ୍ପଟ ମାରିବାକୁ ଉଦ୍ୟମ କରିଥିଲା। ପୁଲିସ କମଲୁକୁ ଏନକାଉଣ୍ଟର କରିଥିଲା। ତାର ଡାହାଣ ଗୋଡ଼ରେ ଗୁଳି ବାଜିଥିଲା। କମଲୁ ଓ ଆହତ ଇନ୍ସପେକ୍ଟରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, କମଲୁ ଓ ତାର ସ୍ତ୍ରୀ ମଧ୍ୟରେ ଲାଗିଥିବା ଝଗଡ଼ାକୁ ମେଣ୍ଟାଇବାକୁ ପୁଲିସ ଚେଷ୍ଟା କରିବା ବେଳେ କନଷ୍ଟେବଲଙ୍କୁ ଆକ୍ରମଣ କରି ପାପୁଲି ଛିଡ଼ାଇ ଦେଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!