Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଙ୍କୁ କପି ଦେବା ପଡିଲା ମହଙ୍ଗା, ପିଅନକୁ ଉଠାଇନେଲା ପୋଲିସ

by ସଞ୍ଜୟ ସ୍ୱାଇଁ
February 26, 2024
in Crime, State
ଛାତ୍ରଙ୍କୁ କପି ଦେବା ପଡିଲା ମହଙ୍ଗା, ପିଅନକୁ ଉଠାଇନେଲା ପୋଲିସ
123
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ମାଟ୍ରିକ୍ ପରୀକ୍ଷା ବେଳେ କପି ଯୋଗାଇବା ଅଭିଯୋଗ । ସ୍କୁଲର ପିଅନ କପି ଯୋଗାଉଥିବା ଅଭିଯୋଗ ପରେ ଉତ୍ତେଜନା । ଶେଷରେ ପିଅନକୁ ଅଟକ ରଖିଲା ପୋଲିସ । ଭଦ୍ରକ ଜିଲ୍ଲା ଭଦ୍ରକାଳୀ ସରକାରୀ ଉଚ୍ଚବିଦ୍ୟାଳୟର ପିଅନ ଚିତ୍ତରଞ୍ଜନ ବେହେରାଙ୍କୁ ଶେଷରେ ପୋଲିସ ସ୍କୁଲ ଭିତରୁ ଉଠାଇ ନେଇଯାଇଛି । ଗତ ତିନୋଟି ପରୀକ୍ଷାରେ ଭଦ୍ରକାଳୀ ସରକାରୀ ଉଚ୍ଚ ବିଦ୍ୟାଳୟ ପିଅନ ନିର୍ଦ୍ଧିଷ୍ଟ ଛାତ୍ରଙ୍କୁ କପି ଦେଇଆସୁଥିଲେ ବୋଲି ଅଭିଯୋଗ ହୋଇଛି । ଯାହାକୁ ନେଇ ସୋମବାର ପରୀକ୍ଷା ପରେ ଛାତ୍ର ଓ ଅଭିଭାବକମାନେ ବିରୋଧ କରିବା ସହ ଗେଟରେ ତାଲା ପକାଇ ଦେଇଥିଲେ । ତେବେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଖବର ପାଇ ଘଟଣାସ୍ଥଳରେ ବ୍ଲକ ଶିକ୍ଷାଧିକାରୀ ଚକ୍ରଧର ମଲ୍ଲିକଙ୍କ ସହ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହିତ ପିଅନଙ୍କୁ ଆଣି ଥାନାରେ ଅଟକ ରଖି ପଚରାଉଚରା ଜାରି ରଖିଛି । ଘଟଣା ବିଷୟରେ ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତେବେ ସ୍କୁଲ ପରିସରରେ ଚାପା ଉତ୍ତେଜନା ଲାଗିରହିଥିବା ଦେଖିବାକୁ ମିଳିଛି । ସରକାରଙ୍କ ମାଟ୍ରିକ୍ ପରୀକ୍ଷାରେ ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!