Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଳା ପଲ୍‌ସରରେ ଆସି ଦଶମ ଶ୍ରେଣୀ ଛାତ୍ରକୁ ଛୁରା ମାଡ଼ କଲେ ଦୁର୍ବୁତ୍ତ

by ସଞ୍ଜୟ ସ୍ୱାଇଁ
January 29, 2024
in Crime, State
କଳା ପଲ୍‌ସରରେ ଆସି ଦଶମ ଶ୍ରେଣୀ ଛାତ୍ରକୁ ଛୁରା ମାଡ଼ କଲେ ଦୁର୍ବୁତ୍ତ
65
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): ହେଲ୍‌ମେଟ୍‌ ପିନ୍ଧି କଳା ପଲ୍‌ସରରେ ଆସିଲେ ଦୁଇ ଦୁର୍ବୃତ୍ତ। ଦଶମ ଶ୍ରେଣୀ ଛାତ୍ରଙ୍କ ବେକରେ ଛୁରା ମାଡ଼ କରି ଚମ୍ପଟ ମାରିଲେ। ଆଜି ସକାଳେ ଏପରି ଘଟଣା କଟକ ଜିଲ୍ଲା ଆଠଗଡ଼ ଥାନା ଅଞ୍ଚଳରେ ଘଟିଛି। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଉଛି। ଆଠଗଡ଼ ଥାନା ଉଦୟପୁର ଗାଁର ମହେନ୍ଦ୍ର ଦାସଙ୍କ ପୁଅ ସୂର୍ଯ୍ୟ ନାରାୟଣ ଦାସ ଦଶମ ଶ୍ରେଣୀରେ ପଢ଼ନ୍ତି। ଆଜି ସକାଳେ ସେ ଟ୍ୟୁସନ୍‌ ଯାଇଥିଲେ। ଟ୍ୟୁସନ୍‌ ସରିବା ପରେ ଘରକୁ ଫେରିବା ବେଳେ କୁଲାଇଲୋ ବଜାରରେ ଅଟକି ବିସ୍କୁଟ କିଣିବା ପାଇଁ ଦୋକାନକୁ ଯାଉଥିଲେ। ଠିକ୍‌ ସେହି ସମୟରେ ଗୋଟିଏ ପଲ୍‌ସରରେ ଦୁଇ ଜଣ ଯୁବକ ମୁଖା ପିନ୍ଧି ଆସି ସୂର୍ଯ୍ୟଙ୍କ ବେକ କାଟି ଚମ୍ପଟ ମାରିଥିଲେ। ସ୍ଥାନୀୟ ଲୋକେ ଛାତ୍ରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆଠଗଡ଼ ମେଡ଼ିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ପରିବାର ଲୋକେ ଏନେଇ ଆଠଗଡ଼ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ହେଲେ ଛୁରା ମାଡ଼ କରିଥିବା ଅଭିଯୁକ୍ତଙ୍କ ପତ୍ତା ପାଇନି ପୁଲିସ୍‌। ଅନ୍ୟପକ୍ଷରେ ଛାତ୍ରଙ୍କ ପରିବାର ଲୋକ କହିଛନ୍ତି, ତାଙ୍କର କାହା ସହିତ କୌଣସି ଶତ୍ରୁତା ନାହିଁ। ତାହାହେଲେ ଏଠି ପ୍ରଶ୍ନ ଉଠୁଛି କିଏ ଓ କାହିଁକି ସୂର୍ଯ୍ୟଙ୍କ ବେକରେ ଛୁରା ମାଡ଼ କଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!