Thursday, November 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଫଗାନିସ୍ତାନରୁ ଫେରୁଥିବା ଲୋକଙ୍କୁ ମାଗଣାରେ ପୋଲିଓ ଟିକା ପ୍ରଦାନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି

by ସଞ୍ଜୟ ସ୍ୱାଇଁ
August 22, 2021
in Health, NATIONAL NEWS
ଆଫଗାନିସ୍ତାନରୁ ଫେରୁଥିବା ଲୋକଙ୍କୁ ମାଗଣାରେ ପୋଲିଓ ଟିକା ପ୍ରଦାନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି
33
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ତାଲିବାନୀଙ୍କ ଭୟରେ ଏବେ ଆଫଗାନିସ୍ତାନରେ ରହୁଥିବା ଲୋକ ଭାରତ ସମେତ ବିଭିନ୍ନ ଦେଶକୁ ପଳାଇ ଆସୁଛନ୍ତି। ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭ୍ୟ କହିଛନ୍ତି ଯେ ଆଫଗାନିସ୍ତାନରୁ ଫେରୁଥିବା ଲୋକଙ୍କୁ ମାଗଣାରେ ପୋଲିଓ ଟିକା ପ୍ରଦାନ କରିବାକୁ ଭାରତ ସରକାର ନିଷ୍ପତ୍ତି ନେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ଟ୍ୱିଟ୍ କରି ଟିକା ନେବାର ଏକ ଫୋଟ ଶେୟାର କରି କହିଛନ୍ତି, ଯେଉଁଥିରେ ଆଫଗାନିସ୍ତାନରୁ ଭାରତକୁ ଫେରୁଥିବା ଲୋକମାନେ ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଟିକା ନେଉଥିବା ଦେଖିବାକୁ ମିଳିଛି। ଆଫଗାନିସ୍ତାନ ଏବଂ ପାକିସ୍ଥାନ ହେଉଛି ବିଶ୍ୱର ଏକମାତ୍ର ଦେଶ ଯେଉଁଠାରେ ପୋଲିଓ ‘ଏଣ୍ଡେମିକ୍ ରୋଗ’ ଶ୍ରେଣୀରେ ରହିଛି। ଏହାର ଅର୍ଥ କିଛି ନିର୍ଦ୍ଦିଷ୍ଟ ବ୍ୟକ୍ତି ଏବଂ ବର୍ଗଙ୍କ ପାଖରେ ଉପଲବ୍ଧ ହେଉଥିବା ରୋଗ। ତେଣୁ ଲୋକଙ୍କୁ ସୁରକ୍ଷିତ ରଖିବାକୁ ଯାଇ ସ୍ୱାସ୍ଥ୍ୟ ମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ ଆଫଗାନିସ୍ତାନରୁ ଫେରୁଥିବା ଲୋକଙ୍କୁ ବଣୁଆ ବା ଓ୍ୱାଇଲ୍ଡ ପୋଲିଓ ଜୀବାଣୁ ପ୍ରତି ସତର୍କତା ରହିବାର ଆବଶ୍ୟକତା ରହିଛି। ତେଣୁ ଭାରତ ସରକାର ଆଫଗାନିସ୍ତାନରୁ ଆସୁଥିବା ଲୋକଙ୍କୁ ମାଗଣାରେ ପୋଲିଓ ଟିକା ଦେଉଛନ୍ତି। ଏମାନଙ୍କୁ ପୋଲିଓର OPV ଏବଂ FIPV ଲଗାଯାଉଛି ବୋଲି ମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି। ଆଫଗାନିସ୍ତାନ ଏବେ ତାଲିବାନ କବାଜରେ ରହିଛି। ଅନେକ ଲୋକ ଏବେ ଭାରତ ଏବଂ ଅନ୍ୟାନ୍ୟ ଦେଶ ମୁହାଁ ହୋଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!