Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ ଓ ଦଶମ ଶ୍ରେଣୀର ଉତ୍ତମ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଧାୟକ

by ସଞ୍ଜୟ ସ୍ୱାଇଁ
March 24, 2021
in Feature News
ଛାତ୍ରଛାତ୍ରୀଙ୍କୁ ପୋଷାକ ବିତରଣ ଓ ଦଶମ ଶ୍ରେଣୀର ଉତ୍ତମ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଧାୟକ
214
VIEWS
Share on FacebookShare on Twitter

ରଣପୁର, ,(ବାଘୁଆବାର୍ତ୍ତା): ଆଜି ବ୍ରଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀର ଭଲ ପାଠ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ରଣପୁର ତହସିଲଦାର ସଞ୍ଜୟ କୁମାର ସାମନ୍ତରାୟ, ସମ୍ମାନିତ ଅତିଥି ଭାବେ ମୋ ସ୍କୁଲ କମିଟିର ସଭାପତି ନବକିଶୋର ରାୟ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମାଧବ ଚନ୍ଦ୍ର ପ୍ରଧାନ, ସୂର୍ଯ୍ୟ ନାରାୟଣ ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ l ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବନଲତା ବେହେରା ସଭାପତିତ୍ବ କରିଥିଲେ l ବରିଷ୍ଠ ଶିକ୍ଷକ ବସନ୍ତ କୁମାର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରଛାତ୍ରୀମାନେ କିପରି ଆହୁରି ଭଲ ରେଜଲ୍ଟ କରିବେ ସେ ନେଇ ବିଧାୟକ ଶ୍ରୀ ପ୍ରଧାନ ଓ ତହସିଲଦାର ଶ୍ରୀ ସାମନ୍ତରାୟ ପିଲାମାନଙ୍କୁ ବିଭିନ୍ନ ଉପଦେଶ ଦେଇଥିଲେ l ବିଦ୍ୟାଳୟ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବିତରଣ କରାଯାଇଥିଲା l କୋଭିଡ଼ ଗାଇଡ଼ ଲାଇନ ଅନୁଯାୟୀ ଛାତ୍ରଛାତ୍ରୀ ପରିବର୍ତେ ସେମାନଙ୍କୁ ଅଭିଭାବକଙ୍କୁ ପୋଷାକ ଦିଆ ଯାଇଥିଲା l ବିଧାୟକ ରଣପୁର ସ୍କୁଲକୁ ପୋଷ୍ୟ ସ୍କୁଲ ଭାବେ ଗ୍ରହଣ କରିଥିବାରୁ ପିଲାମାନଙ୍କୁ ଉତ୍ସହିତ କରିବା ଉଦ୍ଦେଶ୍ୟରେ ସେମାନଙ୍କୁ କପ ଦେଇ ଭଲ ରେଜଲ୍ଟ କରିବା ପାଇଁ ପ୍ରେରଣା ଦେଇଥିଲେ l ବରିଷ୍ଠ ଶିକ୍ଷକ ବିରୁପାକ୍ଷ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ l ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, କର୍ମୀଚାରୀ ଏହି କାର୍ଯ୍ୟରେ ସହଯୋଗ କରିଥିଲେ l

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!