Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ର ଗର୍ବ ଓ ଗୌରବ ପ୍ରତ୍ୟାଶା, ଓଡିଶା ଆଦର୍ଶ ବିଦ୍ୟାଳୟ ଦଶମ ଶ୍ରେଣୀ ପରୀକ୍ଷାରେ ହେଲେ ରାଜ୍ୟ ଟପ୍ପର

by ସଞ୍ଜୟ ସ୍ୱାଇଁ
May 13, 2023
in Education, Nayagarh, State
ନୟାଗଡ଼ର ଗର୍ବ ଓ ଗୌରବ ପ୍ରତ୍ୟାଶା, ଓଡିଶା ଆଦର୍ଶ ବିଦ୍ୟାଳୟ ଦଶମ ଶ୍ରେଣୀ ପରୀକ୍ଷାରେ ହେଲେ ରାଜ୍ୟ ଟପ୍ପର
2.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ ଜଣ ପରୀକ୍ଷା ଦେେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖିଛନ୍ତି । ସେହିପରି ଭାବେ ଶୁଭକାନ୍ତ ମାଝି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖିଛନ୍ତି । ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି । ଦିବ୍ୟେଶ ଦାସ ୯୫.୨% ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।

ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦ % ଭିତରେ ୨୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି । ସେହିପରି ଭାବେ ୮୦ ରୁ ୯୦ % ୩୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି । ସେହିପରି ୭୦ ରୁ ୮୦ % ମାର୍କ ରଖିଛନ୍ତି ୧୮ ଜଣ ଛାତ୍ରଛାତ୍ରୀ । ପ୍ରତ୍ୟାଶା ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟର ଟପ୍ପର ହୋଇଥିବାରୁ ନୟାଗଡ଼ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ହୋଇଛି । ପ୍ରତ୍ୟାଶା ହେଉଛନ୍ତି ଲାଠିପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରତାପ କୁମାର ଶତପଥି ଓ ମାତା ନିବେଦିତା ମିଶ୍ରଙ୍କ ସୁକନ୍ୟା । ପ୍ରତ୍ୟାଶାଙ୍କ ସଫଳତାକୁ ନେଇ ପରିବାରରେ ଖୁସିର ଲହରୀ ଖେଳିଯାଇଛି । ନୋତର ଓଡିଶା ଆଦର୍ଶ ବିଦ୍ୟାଳୟ ଏବର୍ଷ ଭଲ ରେଜଲ୍‌ଟ କରିଥିବାରୁ ସବୁଆଡୁ ପ୍ରଶଂସାର ସୁଅ ଛୁଟୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!