Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅନୁସୁଚିତ ଜାତି ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନଙ୍କ ପାଇଁ ଶିଶୁ ଯୌନ ନିର୍ଯ୍ୟାତନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ

by ସଞ୍ଜୟ ସ୍ୱାଇଁ
February 20, 2025
in Nayagarh, State
ଅନୁସୁଚିତ ଜାତି ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନଙ୍କ ପାଇଁ ଶିଶୁ ଯୌନ ନିର୍ଯ୍ୟାତନା ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ
142
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜିଲ୍ଲାର ସମସ୍ତ ଅନୁସୁଚିତ ଜାତି ଆବାସିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟତ୍ରୀ ମାଟ୍ରନ ମାନଙ୍କ ପାଇଁ ଶିଶୁ ଯୌନ ନିର୍ଯ୍ୟାତନା ସମ୍ପର୍କରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦ ରୁ ଉର୍ଦ୍ଧ୍ୱ ଆବାସିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଶିଶୁ ସୁରକ୍ଷା ଆଇନ କଥା ପୋକ୍‌ସ ଆଇନ ସମ୍ବନ୍ଧରେ ଏବଂ ଆବାସିକ, ହଷ୍ଟେଲରେ ପିଲାମାନଙ୍କର ସୁରକ୍ଷା କିପରି ସୁନିଶ୍ଚିତ କରାଯାଇ ପାରିବ ସେହି ବିଷୟରେ ଭୁବନେଶ୍ୱରରୁ ଆସିଥିବା ରିସୋର୍ସ ପର୍ସନ ପ୍ରଶାନ୍ତ ପାଲଟାସିଂଙ୍କ ଠାରୁ ଅବଗତ ହୋଇଥିଲେ । ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ ଚିତ୍ତରଞ୍ଜନ ବେହେରା ସମସ୍ତ ବ୍ଲକରୁ ଆସିଥିବା ଆବାସିକ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କର ପରିଚୟ ପ୍ରଦାନ କରିଥିଲେ ଏବଂ ବିଦ୍ୟାଳୟ ଗୁଡିକରେ କିପରି ଏହି ସବୁ ନିୟମ ଗୁଡିକ କିପରି କାର୍ଯ୍ୟକାରୀ ହେବ ତା ଉପରେ ଆଲୋକପାତ କରିଥିଲେ ।

ଜିଲ୍ଲା ସମଗ୍ର ଶିକ୍ଷା ଅଭିଯାନର ଜେଣ୍ଡର କୋଡିନେଟର ଶ୍ରାବଣୀ ମିଶ୍ର ସୁସ୍ପର୍ଶ ଓ କୁସ୍ପର୍ଶ ଉପରେ ନିସ୍ତାର ଭାବେ ଶିକ୍ଷା ଦେଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ଆଇନ ଓ ପରିଦିକ୍ଷା ଅଧିକାରୀ ଅରସଦ ଅନସାରୀ ପୋକସୋ ଅଧୀନରେ ଥିବା ନିୟମାବଳୀ ଗୁଡିକ ବିଷୟରେ ଅବଗତ କରାଇଥିଲେ । ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶିବିୟନ ପ୍ରଧାନ ଓ ଶିଶୁ ସୁରକ୍ଷା ଅନୁଷ୍ଠାନିକ ଯତ୍ନରେ କାର୍ଯ୍ୟରତ ଥିବା ସତ୍ୟରଞ୍ଜନ ଦାଶ ସଭା କାର୍ଯ୍ୟକୁ ପରିଚାଳନା କରିଥିଲେ । ପରିଶେଷରେ ତାଲିମ୍‌ରେ ଉପସ୍ଥିତ ଥିବା ସମସ୍ତ ଅଧିକାରୀ ଓ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!