Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଲିଠୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ସାଧାରଣ ଭକ୍ତ, ଶ୍ରୀମନ୍ଦିରକୁ କରାଗଲା ସାନିଟାଇଜ୍

by ସଞ୍ଜୟ ସ୍ୱାଇଁ
August 15, 2021
in State, Toursimi
କାଲିଠୁ ମହାପ୍ରଭୁଙ୍କୁ ଦର୍ଶନ କରିବେ ସାଧାରଣ ଭକ୍ତ, ଶ୍ରୀମନ୍ଦିରକୁ କରାଗଲା ସାନିଟାଇଜ୍
54
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): କାଲିଠୁ ରତ୍ନ ସିଂହାସନରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ସାଧାରଣ ଭକ୍ତ । ପୁରୀ ସହର ବାସୀ ଶ୍ରଜିଉଙ୍କୁ ଦର୍ଶନ କରିବେ । ଏଥିପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିଛି ପ୍ରଶାସନ । ତାପୂର୍ବରୁ ଆଜି ଶ୍ରୀମନ୍ଦିର ପରିସରକୁ ସାନିଟାଇଜ୍ କରାଯାଇଛି । ସିଂହଦ୍ୱାର ପରିସରକୁ ସମ୍ପୂର୍ଣ୍ଣ ବିଶୋଧନ କରାଯାଇଛି । କାଲିଟୁ ୨୦ ତାରିଖ ଯାଏ ୫ ଦିନ ପୁରୀ ସହର ବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯାଇଛି । ଓ୍ୱାର୍ଡ ୱାରୀ ପୁରୀ ବାସିନ୍ଦା ଫଟୋ ଥିବା ପରିଚୟପତ୍ର (ଭୋଟର କାର୍ଡ, ଆଧାର କାର୍ଡ ଓ ଅନ୍ୟାନ୍ୟ) ଦେଖାଇ ବ୍ୟାରିକେଡ୍ ଦେଇ ମନ୍ଦିର ଭିତରେ ପ୍ରବେଶ କରିବେ । ସିଂହଦ୍ୱାର ଦେଇ ଭିତରକୁ ଯିବେ ପୁରୀ ବାସିନ୍ଦା । ଦର୍ଶନ ପରେ ଉତ୍ତର ଦ୍ୱାର ଦେଇ ବାହାରିବେ । ସମସ୍ତେ ମାନିବେ କୋଭିଡ୍ ଗାଇଡଲାଇନ୍ । ମାସ୍କ ପିନ୍ଧିବା, ହାତ ସାନିଟାଇଜ୍ କରିବା ଓ ସାମାଜିକ ଦୂରତା ବଜାର ରଖିବେ । ମନ୍ଦିର ଭିତରକୁ ଫୁଲ, ଭୋଗ, ତୁଳସୀ ଆଦି ନେବା ମନା । କେହି ଦୀପ ଜାଳି ପାରିବେ ନାହିଁ । ଆନନ୍ଦବଜାରରେ ମହାପ୍ରସାଦ ସେବନ ମନା । ମନ୍ଦିର ଭିତରକୁ ପଲିଥିନ୍ ନେଲେ ଶହେ ଟଙ୍କା ଜରିମାନା ଗଣିବେ । ମନ୍ଦିର ଭିତରେ ପାନ, ଗୁଟଖା ଖାଇବାକୁ ବାରଣ କରାଯାଇଛି । ଛେପ ପକାଇ ଧରାପଡ଼ିଲେ ୫୦୦ ଟଙ୍କା ଜରିମାନା ଦେବେ । ୬୫ ବର୍ଷରୁ ଅଧିକ ବୟସ୍କ, ଗର୍ଭବତୀ ଓ ୧୦ ବର୍ଷରୁ କମ୍ ପିଲା ମନ୍ଦିର ଆସିବାକୁ ବାରଣ କରାଯାଇଛି । ଭିନ୍ନକ୍ଷମଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା କରିଛି ଜିଲ୍ଲା ପ୍ରଶାସନ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!