Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଆଜି ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା

by ସଞ୍ଜୟ ସ୍ୱାଇଁ
August 8, 2021
in State, Toursimi
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଆଜି ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା
49
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଆଜି ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ଵାଡର ବାଡ଼ଗ୍ରାହୀ, ଓ ଅନ୍ୟାନ୍ୟ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। ଶ୍ରୀଜଗନ୍ନାଥଙ୍କୁ ଶୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ। ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ସ୍ନାନପୂର୍ଣ୍ଣିମା ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ। ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆ ଯାଇଥିଲା। ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା। ଆଜି ସେହି ସୋଲ ଚିତାକୁ କଢ଼ାଯାଇ ଅସଲ ଚିତା ଲାଗି କରାଯିବ। ଆଜି ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ। ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ଶେଜରେ ବିଜେ କରିବେ। ପୂର୍ବରୁ ସୁଦ୍ଧ ସୁଆରଙ୍କ ଦ୍ୱାରା ପ୍ରସ୍ତ୍ରୁତ ସ୍ଵର୍ଣ୍ଣ ଓଷ ଚିତାରେ ଲାଗି କରାଇବେ ଦଇତାପତି। ତେବେ କୋଭିଡ କଟକଣା ଯୋଗୁ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!