Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ମିଳିବ ଆଡ଼ପ ଅବଢ଼ା

by ସଞ୍ଜୟ ସ୍ୱାଇଁ
July 15, 2021
in State, Toursimi
ଆଜିଠୁ ମିଳିବ ଆଡ଼ପ ଅବଢ଼ା
139
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଆଡ଼ପ ବିଜେ ପରେ ଏବେ ଜନ୍ମବେଦିରେ ପୂଜା ପାଉଛନ୍ତି ଚତୁର୍ଦ୍ଧାର୍ତ୍ତି। ଆଜିଠାରୁ ବାହାରିବ ଆଡ଼ପ ଅବଢ଼ା। ଶ୍ରୀଗୁଣ୍ଡିଚା ମନ୍ଦିର ପାଖ ନୃସିଂହ ମନ୍ଦିର ଓ ବସ୍‌ଷ୍ଟାଣ୍ଡରେ ଅବଢ଼ା ବିକ୍ରି ପାଇଁ ନିଯୋଗ ଓ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ବର୍ଷକୁ ଥରେ ମିଳୁଥିବା ଏହି ଆଡ଼ପ ଅବଢ଼ା ପାଇଁ ଭକ୍ତମାନେ ବର୍ଷ ତମାମ ଅପେକ୍ଷା କରି ରହିଥାନ୍ତି। ଶ୍ରୀ ମନ୍ଦିର ଗାଇଡ଼ଲାଇନ ଅନୁସାରେ ଶ୍ରୀ ମନ୍ଦିର ଦର ନିର୍ଦ୍ଧାରଣ କରାଯିବ। ଆଜିଠୁ ଆଡ଼ପମଣ୍ଡପରେ ମହାପ୍ରଭୁଙ୍କଠାରେ ଷାଠିଏ ପଉଟି ଭୋଗ ଲାଗି ହେବ। ଏଥିପାଇଁ ଶ୍ରୀଗୁଣ୍ଡିଚା ମନ୍ଦିର ରୋଷଶାଳାରେ ମହାପ୍ରସାଦ ରନ୍ଧା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶାନ୍ତିଶୃଙ୍ଖଳାର ସହ ଧାଡ଼ିରେ ଆସି ମହାପ୍ରସାଦ ନେବା ପାଇଁ ସେଡ୍ ବ୍ୟବସ୍ଥା କରାଯାଇଛି। ଭକ୍ତଙ୍କୁ ସୁବିଧାରେ ମହାପ୍ରସାଦ ଦେବା ପାଇଁ ଟୋକନ୍ ବ୍ୟବସ୍ଥା କରାଯାଇଛି। ସୁଆର ମହାସୁଆର ନିଯୋଗକୁ ଏହି ଦାୟିତ୍ବ ଦିଆଯାଇଛି। ସୁଆର ମହାସୁଆର ନିଯୋଗ ଭକ୍ତଙ୍କଠାରୁ ଟଙ୍କା ନେଇ ଟୋକନ୍ ଯୋଗାଇ ଦେବ। ଏଥିପାଇଁ ଦୁଇ ଦ୍ବାରରେ ଦୁଇଟି କାଉଣ୍ଟର୍ କରାଯାଇଛି। ଭକ୍ତମାନେ ଏହି ସେଡ୍ ରେ ଟୋକନ୍ ଧରି ଅପେକ୍ଷା କରିବେ। ମହାପ୍ରସାଦ ଆସିବା ପରେ ସୁଆରମହାସୁଆର ନିଯୋଗର ସଦସ୍ୟଙ୍କୁ ଟୋକନ୍ ଦେଖାଇ ନେଇ ପାରିବେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!