Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀ ସହରରୁ ୪୮ ଘଣ୍ଟିଆ କର୍ଫ୍ୟୁ ପ୍ରତ୍ୟାହାର

by ସଞ୍ଜୟ ସ୍ୱାଇଁ
July 13, 2021
in State, Toursimi
ପୁରୀ ସହରରୁ ୪୮ ଘଣ୍ଟିଆ କର୍ଫ୍ୟୁ ପ୍ରତ୍ୟାହାର
68
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ରଥଯାତ୍ରା ପାଇଁ ପୁରୀ ସହରରେ ଲାଗିଥିବା ୪୮ ଘଣ୍ଟିଆ କର୍ଫ୍ୟୁ ଆଗୁଆ ପ୍ରତ୍ୟାହାର ହୋଇଛି । ରାତି ୮ଟା ଯାଏ ପ୍ରଶାସନ କର୍ଫ୍ୟୁ ଜାରି କରିଥିଲା । ପୁରୀ ସହରରି କର୍ଫ୍ୟୁ ପ୍ରତ୍ୟାହାର କରାଯାଇଥିଲେ ବି ଗୁଣ୍ଡିଚା ମନ୍ଦିର ସନ୍ନିକଟ ଅଞ୍ଚଳରେ କଟକଣା ବଳବତ୍ତର ରହିବ । ଶ୍ରୀଜିଉମାନଙ୍କ ଆଡପ ମଣ୍ତପ ବିଜେ ପହଣ୍ତି ନିମନ୍ତେ ପ୍ରଶାସନ କିଛି ଅଞ୍ଚଳରେ କର୍ଫ୍ୟୁ କଟକଣାକୁ ବଳବତ୍ତର ରଖିଛନ୍ତି । କୁମ୍ଭାରପଡା ସାହିର ମିଶ୍ର ଲେନ୍ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ୍ ଦେଇ ବାନାମ୍ବର ଛକଠାରୁ ମାଟିଆପଡା ଛକ, ମାଟିଆପଡା ଛକଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକଠାରୁ ବଡଶଙ୍ଖ ଯାଏ କଟକଣା ଆସନ୍ତାକାଲି ସକାଳ ୬ଟା ଯାଏ ବଳବତ୍ତର ରହିବ । ଏହି ନିର୍ଦ୍ଦିଷ୍ଟ ଅଞ୍ଚଳରେ କାଲି ସକାଳ ୬ଟା ଭିତରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ୟ୍ୟାଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଯାଆସ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ୱୀକୃତିପ୍ରାପ୍ତ ଓ ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଗାଡି ବ୍ୟତୀତ ଅନ୍ୟ ଗାଡି ଯାଆସ ଉପରେ କଟକଣା ରହିବ । ସହଯୋଗ କରିବା ପାଇଁ ପୁରୀବାସୀଙ୍କୁ ଅନୁରୋଧ କରିଛି ଜିଲ୍ଲା ପ୍ରଶାସନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!