Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ

by ସଞ୍ଜୟ ସ୍ୱାଇଁ
June 20, 2021
in State
ଘୋଷଯାତ୍ରା ପାଇଁ ନୀତି ନିର୍ଘଣ୍ଟ ଚୂଡାନ୍ତ
85
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବହୁ ପ୍ରତିକ୍ଷିତ ରଥଯାତ୍ରାକୁ ଆଉ ମାତ୍ର ଦିନ କେଇଟା ବାକି ଅଛି । ଏହା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା ଓ ରଥଯାତ୍ରାର ନୀତି ନିର୍ଘଣ୍ଟ ଶେଷ ହୋଇଛି । ଆସନ୍ତା ୨୪ ତାରିଖରେ ହେଉଥିବା ସ୍ନାନଯାତ୍ରାରେ ପହଣ୍ତି ରାତି ଗୋଟାଏରୁ ଚାରିଟା ମଧ୍ୟରେ ଅନୁଷ୍ଠିତ ହେବ । ଶ୍ରୀଗୁଣ୍ତିଚା ପାଇଁ ସକାଳ ୮.୩୦ ରୁ ପହଣ୍ତି କରାଯାଇ ଅପରାହ୍ନ ୩ଟାରେ ରଥଟଣା ପାଇଁ ନିଷ୍ପତ୍ତି ନିଆଯାଇଛି। ରଥ ଯାତ୍ରା ନୀତି ନିର୍ଘଣ୍ଟ ନେଇ ମୁଖ୍ୟ ପ୍ରଶାସକ କ୍ରୀଷନ କୁମାରଙ୍କ ଅଧ୍ୟକ୍ଷତାରେ ରବିବାର ଛତିଶା ନିଯୋଗ ବୈଠକ ଭର୍ଚୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଛି । ବିନା ଭକ୍ତରେ ଅନୁଷ୍ଠିତ ହେବାକୁ ଥିବା ଏହି ଯାତ୍ରାରେ ସମସ୍ତ ସେବାୟତଙ୍କର ଟିକାକରଣ ଓ ଆର.ଟି – ପି.ସି.ଆର କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ଆସନ୍ତା ସ୍ନାନଯାତ୍ରା ଠାରୁ ନିଳାଦ୍ରୀ ବିଜେ ପର୍ୟ୍ୟନ୍ତ ସମସ୍ତ ନୀତି ନିର୍ଘଣ୍ଟ ଚୂଡାନ୍ତ ହୋଇଛି। କୋଭିଡ କଟକଣା ଓ ବିନା ଭକ୍ତରେ ହେଉଥିବା ଏହି ଯାତ୍ରା ପାଇଁ ଛତିଶା ନିଯୋଗ ଏହି ନୀତି ନିର୍ଘଣ୍ଟରେ ମୋହର ମାରିଛି। ସ୍ନାନଯାତ୍ରା ପାଇଁ ରାତି ୧ଟାରୁ ଭୋର ୪ଟା ମଧ୍ୟରେ ପହଣ୍ତି କରିବାକୁ ନିଷ୍ପତ୍ତି ହୋଇଥିବା ବେଳେ ଜଳ ବିଜେ ଓ ସ୍ନାନ ୭.୩୦ ରୁ ୯.୩୦, ଛେରାପହଁରା ୧୦.୩୦, ହାତୀବେଶ ୧୧ ଟାରୁ ମଧ୍ୟାହ୍ନ ୧୨ ଟା ମଧ୍ୟରେ ଅନୁଷ୍ଠିତ ହେବ। ସେହିପରି ରଥଯାତ୍ରା ପାଇଁ ରଥ ପ୍ରତିଷ୍ଠା ସକାଳ ୮ଟା, ପହଣ୍ତି ୮.୩୦, ଛେରାପହଁରା ଦିନ ୨ଟା ଓ ରଥଟଣା ଅପରାହ୍ନ ୩ଟାରେ ଅନୁଷ୍ଠିତ ହେବ। ବାହୁଡା ଯାତ୍ରା ପାଇଁ ମଧ୍ୟ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି । ପହଣ୍ତି ୧୨ ଟା ୩୦ ରୁ ୨ଟା ୩୦ ଓ ରଥଟଣା ୪ଟାରେ କରାଯିବାକୁ ଆଜି ଅନୁଷ୍ଠିତ ଛତିଶା ନିଯୋଗ ଭର୍ଚୁଆଲ ବୈଠକରେ ନିଷ୍ପତ୍ତି ହୋଇଛି। ରଥାଯାତ୍ରାରେ ଭକ୍ତଙ୍କ ପ୍ରବେଶ ଉପରେ ସମ୍ପୁର୍ଣ୍ଣ କଟକଣା ଲଗାଯାଇଥିବାରୁ ଶ୍ରୀମନ୍ଦିର ଚତୁଃପାର୍ଶ୍ବ ଓ ବଡଦାଣ୍ତକୁ କର୍ଫ୍ୟୁ ଭଳି କଡା କଟକଣା ଲଗାଯିବ। ଭକ୍ତମାନେ ଗଣମାଧ୍ୟମ ଜରିଆରେ ମହାପ୍ରଭୁଙ୍କ ଘୋଷଯାତ୍ରାର ସିଧାପ୍ରସାରଣ ଦେଖିପାରିବେ। ପ୍ରଶାସନ ପକ୍ଷରୁ ଭକ୍ତମାନଙ୍କୁ ମହାପ୍ରସାଦ ଯୋଗାଇବା ପାଇଁ ବିକଳ୍ପ ବ୍ୟବସ୍ଥା କରାଯାଇଛି। ଛତିଶା ନିଯୋଗର ଏହି ଭର୍ଚୁଆଲ ବୈଠକରେ ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର ଅଧ୍ୟକ୍ଷତା କରିଥିବା ବେଳେ ଜିଲ୍ଲାପାଳ, ଏସପି, ସମସ୍ତ ନିଯୋଗର କର୍ମକର୍ତ୍ତା ଏହି ଆଲୋଚନାରେ ସାମିଲ ହୋଇଥିଲେ । ଜିଲ୍ଲାପାଳ ମଧ୍ୟ ସମସ୍ତ ନିଯୋଗ ସହିତ ପୃଥକ୍ ଆଲୋଚନା କରି ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ନିବେଦନ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!