ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ବ୍ଲକ ଅନ୍ତର୍ଗତ ଚଣ୍ଡିବସ୍ତ ରାଧାକାନ୍ତ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍କୁଲର ପ୍ରଧାନ ଶିକ୍ଷକ ସୀତାରାମ ଖାଡଙ୍ଗାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ଆଲୁମୁନି ସଭାପତି ଲକ୍ଷ୍ମୀଧର ମଣ୍ଡଳ ଓ ସ୍କୁଲର ସଭାପତି ସୁଶାନ୍ତ କୁମାର ମଙ୍ଗଳ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଭଲ ପାଠ ପଢ଼ି ସ୍କୁଲର ଟେକ ରଖିବା ପାଇଁ ଆହ୍ୱାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ ।






