Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତାଲ ହୋଇ ମାଲବାହୀ ଟ୍ରେନରେ ଚଢୁଥିଲେ, ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
July 8, 2021
in Accident, State
ମାତାଲ ହୋଇ ମାଲବାହୀ ଟ୍ରେନରେ ଚଢୁଥିଲେ, ଚାଲିଗଲା ଜୀବନ
66
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ମାଲବାହୀ ଟ୍ରେନରୁ ପଡି ଯୁବକ ମୃତ । ବଲାଙ୍ଗୀର ଜିଲ୍ଲା ତୁରକେଲା ବ୍ଲକର ଜଣେ ଯୁବକ ମାଲବାହୀ ଟ୍ରେନରୁ ପଡି ମୃତ୍ୟୁବରଣ କରିଛନ୍ତି । ତୁରେକେଲା ବ୍ଲକ ବରଲା ଗ୍ରାମର ଗୁର ବାଗ(୪୫) ବୁଧବାର ସନ୍ଧ୍ୟାରେ କଣ୍ଟାବାଞ୍ଜି ରେଳ ଷ୍ଟେସନ ନିକଟ ରେଳ ଧାରଣା କଡରେ ମୁର୍ମୂଷୁ ଅବସ୍ଥାରେ ପଡ଼ିଥିଲେ । ଏହା ଦେଖି ଜଣେ ରେଳ କର୍ମଚାରୀ ଆରପି ଏଫ ଓ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ଘଟଣା ସ୍ଥଳରୁ ଉକ୍ତ ଯୁବକଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲା । କିନ୍ତୁ ଗୁରୁବାର ସକାଳେ ଡାକ୍ତରଖାନାରେ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ଯୁବକଜଣଙ୍କ ଶ୍ୱଶୁର ଘରେ କିଛି ଦିନ ହେଲା ରହୁଥିଲେ । ବୁଧବାର ସେ ନିଶାସକ୍ତ ଅବସ୍ଥାରେ ଏକ ମାଲଵାହୀ ଟ୍ରେନରେ ଚଢିବାକୁ ପ୍ରୟାସ କରିଥିବା ବେଳେ ଗୋଡ଼ ଖସିଯାଇ ତଳେ କଚାଡି ହୋଇ ପଡ଼ି ଯାଇଥିଲେ। ଫଳରେ ତାଙ୍କ ଡାହାଣ ଗୋଡ଼ ଭାଙ୍ଗିଯିବା ସହ ଦେହରେଆଘାତ ଲାଗିଥିଲା । ମୃତ୍ୟୁ ଖବର ପାଇ ତାଙ୍କ ପରିବାର ବର୍ଗ ଡାକ୍ତରଖାନାକୁ ଆସି ମୃତଦେହ ଚିହ୍ନଟ କରିବା ପରେ ପୋଲିସ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!