Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ଧ୍ର ସୀମାନ୍ତ ଶୁଙ୍କିରେ ରାସ୍ତା ଉପରେ ବନ୍ୟା ପାଣି ପ୍ରବାହିତ ହୋଇ ପାହାଡ଼ ଧସି ରାସ୍ତା ଜାମ

by ସଞ୍ଜୟ ସ୍ୱାଇଁ
September 27, 2021
in State
ଆନ୍ଧ୍ର ସୀମାନ୍ତ ଶୁଙ୍କିରେ ରାସ୍ତା ଉପରେ ବନ୍ୟା ପାଣି ପ୍ରବାହିତ ହୋଇ ପାହାଡ଼ ଧସି ରାସ୍ତା ଜାମ
35
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲାରେ ବାତ୍ୟା ଗୁଲାବ ପ୍ରଭାବରେ ଗତ ରାତିଠାରୁ ବର୍ଷା ଜାରି ରହିଛି। ଫଳରେ ଜିଲାର ଅଧିକାଂଶ ରାସ୍ତା ଉପରେ ପାଣି ପ୍ରବାହିତ ହେଉଛି। ପବନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ପାହାଡରୁ ମାଟି ଧସି ରାସ୍ତା ଜାମ ହୋଇଛି। ଏନଡିଆରଏଫ ଟିମ ଓ ଦମକଳ ବାହିନୀ ପହଞ୍ଚି ରାସ୍ତା ଉପରୁ ଗଛ ସଫା କରୁଛନ୍ତି। ଜିଲ୍ଲାର କୋରାପୁଟ ସମେତ ବନ୍ଧୁଗାଁ, ନାରାୟଣପାଟଣା, ଲକ୍ଷ୍ମୀପୁର, ସେମିଳିଗୁଡା, ପଟାଙ୍ଗିରେ ପ୍ରବଳ ବର୍ଷା ହେଉଛି। ଆନ୍ଧ୍ର ସୀମାନ୍ତ ଶୁଙ୍କିରେ ରାସ୍ତା ଉପରେ ବନ୍ୟା ପାଣି ପ୍ରବାହିତ ହୋଇ ପାହାଡ଼ ଧସି ରାସ୍ତା ଜାମ ହୋଇଛି। ଘଟଣା ସ୍ଥଳରେ କୋରାପୁଟ ଜିଲ୍ଲାପାଳ ରହି ସ୍ଥିତି ତଦାରଖ କରୁଛନ୍ତି। ୨୬ ନଂ ଜାତୀୟ ରାଜପଥର କୁନ୍ଦୁଲି ଓ ମାଳିପୁଟ ନିକଟରେ ଗଛ ପଡି ରାସ୍ତା ଅବରୋଧ ହୋଇଛି। ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗଛକାଟି ରାସ୍ତା ସଫା କରୁଛନ୍ତି ।ଶୁଙ୍କି ନିକଟ ବଡ ନାଳରେ ବନ୍ୟା ଜଳ ରାସ୍ତା ଉପରେ ପ୍ରବାହିତ ହେଉଛି। ଘାଟିରେ ମାଟି ଅତଡ଼ା ଖସି ରାସ୍ତା ଅବରୋଧ ହୋଇଥିବା ବେଳେ ଏନଡିଆରଏଫର ଏକ ଟିମ୍ ଘଟଣାସ୍ଥଳରେ ରହି ଉଦ୍ଧାର କାର୍ୟ୍ୟ ଜାରି ରଖିଛି । ଅନ୍ୟ ପଟେ ତହସିଲଦାର ବାତ୍ୟା ପରେ ସବୁ କ୍ଷୟକ୍ଷତି ଆକଳନ କଲାପରେ ସରକାରୀ ନିୟମ ଅନୁସାରେ କ୍ଷତିପୂରଣ ଦିଆଯିବ ବୋଲି କହିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!