Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅକ୍ଟୋବର ୬ ତାରିଖରୁ ଆରମ୍ଭ ହୋଇଯିବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା

by ସଞ୍ଜୟ ସ୍ୱାଇଁ
October 3, 2021
in State
ଅକ୍ଟୋବର ୬ ତାରିଖରୁ ଆରମ୍ଭ ହୋଇଯିବ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା
105
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଉତ୍ତର-ପଶ୍ଚିମ ଭାରତର ବାୟୁମଣ୍ଡଳର ନିମ୍ନଭାଗରୁ ମଧ୍ୟଭାଗ ମଧ୍ୟରେ ପଶ୍ଚିମା ଓ ଉତ୍ତର-ପଶ୍ଚିମ ପବନ ବହିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି। ଏଥିସହ ୫ ତାରିଖ ଆଡ଼କୁ ଗୁରୁଚାପ ବଳୟ ବିକଶିତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ‌ଉତ୍ତର-ପଶ୍ଚିମ ଭାରତର ସୀମାନ୍ତ ଅଞ୍ଚଳଗୁଡ଼ିକରେ ବାୟୁମଣ୍ଡଳର ଆର୍ଦ୍ରତା ହ୍ରାସ ପାଇବ ଓ ବର୍ଷା ପରିମାଣ କମିଯିବ। ଫଳରେ ଉତ୍ତର-ପଶ୍ଚିମ ଭାରତର କିଛି କିଛି ସ୍ଥାନରୁ ଅକ୍ଟୋବର ୬ ତାରିଖରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଯିବ। ଦେଶରୁ ମୌସୁମୀ ଫେରିବା ପ୍ରକ୍ରିୟା ୧ ମାସ ୬ ଦିନ ପରେ ଆରମ୍ଭ ହୋଇଥିବା ବେଳେ ରାଜ୍ୟରୁ ବି ମୌସୁମୀ ବିଳମ୍ବରେ ଫେରିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଅକ୍ଟୋବର ୨୦ସୁଦ୍ଧା ଓଡ଼ିଶାରୁ ମୌସୁମୀ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଯିବ ବୋଲି ଜଣାପଡ଼ିଛି। ଅପରପକ୍ଷେ ରାଜ୍ୟରେ ଏବେ ମୌସୁମୀ ସକ୍ରିୟ ରହିଥିବାରୁ ଆସନ୍ତା ୨ଦିନ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ସେହିଭଳି ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ଏଥିସହ ଆଜି ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ଡିଗ୍ରି ରହିବ ବୋଲି କେନ୍ଦ୍ର କହିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!