Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ ବଳୟ, ଦଶମୀରୁ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
October 13, 2021
in State
୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ ବଳୟ, ଦଶମୀରୁ ପ୍ରବଳ ବର୍ଷା
175
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଆସନ୍ତା ୪୮ ଘଣ୍ଟାରେ କେନ୍ଦ୍ରୀୟ ପୂର୍ବ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗର ସଂଲଗ୍ନ ଅଞ୍ଚଳରେ ଲଘୁଚାପ ଅଞ୍ଚଳ ସୃଷ୍ଟି ହେବ । ଏହାର ପ୍ରଭାବରେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ । ଆସନ୍ତା ଶୁକ୍ରବାର ବା ଦଶମୀରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୧୬ ଓ ୧୭ ତାରିଖରେ ବି ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତାକାଲିଠାରୁ ରାଜ୍ୟର କିଛି ସ୍ଥାନରେ କାଁ ଭାଁ ବର୍ଷା ଆରମ୍ଭ ହୋଇଯିବ । ୧୩ତାରିଖରୁ ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ । ୧୪ରେ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ାର କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ୧୫ ତାରିଖରେ ଉପକୂଳ ଓଡ଼ିଶା ସମେତ କୋରାପୁଟ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ବୌଦ୍ଧ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ ଓ ଢେଙ୍କାନାଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ୧୬ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ କନ୍ଧମାଳରେ ପ୍ରବଳ ବର୍ଷା ହେବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସମ୍ଭାବ୍ୟ ଲଘୁଚାପ ବର୍ଷା ପୂର୍ବାନୁମାନକୁ ନେଇ ସ୍ୱତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!