ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଯୋଗୁ ଆସନ୍ତା ୨୮ ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ | ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁନ୍ଦରଗଡ, ଅନୁଗୁଳ, ପୁରୀ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୩୦ ତାରିଖ ଦିନ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ସେହିପରି ଅନୁଗୁଳ, ଦେବଗଡ଼, କେଉଁଝର, ସୋନପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ସେହିପରି ୩୧ ତାରିଖ ଦିନ ନବରଙ୍ଗପୁର, ନୂଆପଡା, ବାଲେଶ୍ୱର, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ଆଉ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






