Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସକ୍ରିୟ ହେଲା ଲଘୁଚାପ କ୍ଷେତ୍ର; ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
September 7, 2021
in Feature News
୪ ଦିନ ପରେ ମୌସୁମୀ ଛୁଇଁବ କେରଳ
179
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସ୍ପଷ୍ଟ ଚିହ୍ନିତ ହେବା ସହ ଦକ୍ଷିଣ ଓଡ଼ିିଶା ଏବଂ ପଡ଼ୋଶୀ ଦକ୍ଷିଣ ଛତିଶଗଡ଼ ଉପରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ସକ୍ରିୟ ରହିଛି। ଆଗାମୀ ୨ଦିନ ମଧ୍ୟରେ ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜଗତସିଂହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ନୁଆପଡ଼ା, ନବରଙ୍ଗପୁର ଜିଲ୍ଲାର ଗୋଟିଏ ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଥିସହ ଉତ୍ତର ପଶ୍ଚିମ ଏବଂ ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଉପକୂଳରେ ଲଘୁଚାପ ପ୍ରଭାବରେ, ବଙ୍ଗୋପସାଗରର ଉତ୍ତର ଉପକୂଳରେ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ଉପକୂଳବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର କୂଳରେ ରହୁଥିବା ମତ୍ସ୍ୟଜୀବୀଙ୍କୁ ଆସନ୍ତା ୪୮ ଘଣ୍ଟା ପାଇଁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!