Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ଦିନରେ ୨ ଲଘୁଚାପ: ୧୧ରୁ ୧୩ ରାଜ୍ୟରେ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
September 10, 2021
in Feature News
୧୭ରୁ ବଢ଼ିବ ବର୍ଷା

Rain in Bhubaneswar

146
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଉତ୍ତର ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୭ ଦିନରେ ଦୁଇଟି ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ। ୧୧ତାରିଖ ଦିନ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ୪୮ଘଣ୍ଟାରେ ତାହା ଅଧିକ ଘନୀଭୂତ ହୋଇ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ପ୍ରଭାବରେ ୧୧ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। ୧୨ ଓ ୧୩ ତାରିଖରେ ବର୍ଷାର ବିସ୍ତୃତି ଓ ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି। ଲଘୁଚାପ ପ୍ରଭାବରେ ୧୧ ତାରିଖ ଦିନ ଖୋର୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୨ତାରିଖ ଦିନ ଗଞ୍ଜାମ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ନୟାଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୩ ତାରିଖ ଦିନ ରାଜ୍ୟରେ ବର୍ଷାର ପରିମାଣ ଅଧିକ ରହି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥିସହ ଓଡ଼ିଶା ଉପକୂଳସ୍ଥିତ ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ଅଧିକ ରହିବ। ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୧୮ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ତାହା ଚଳିତ ସେପ୍ଟେମ୍ବର ମାସର ତୃତୀୟ ଲଘୁଚାପ ହେବ। ଏହା ପ୍ରଭାବରେ ସାରା ରାଜ୍ୟରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବ। ଲଘୁଚାପ ଯୋଗୁଁ ରାଜ୍ୟରେ ସମୁଦାୟ ବର୍ଷା ୮୦ ମିମି ହୋଇପାରେ। ସମ୍ଭା‌ବ୍ୟ ଲଘୁଚାପ ଫଳରେ ସେପ୍ଟେମ୍ବର ମାସର ବର୍ଷା ସ୍ବାଭାବିକ ପରିମାଣରୁ ଅଧିକ ହୋଇପାରେ। ଖାଲି ପଡ଼ିଥିବା ଢିପା ଜମିରେ ପାଗ ଦେଖି ବର୍ତ୍ତମାନଠାରୁ ପ୍ରାକ୍‌-ରବି ଅଣଧାନ ଫସଲ ରୋଇବାକୁ ଡ. ପଶୁପାଳକ ଚାଷୀମାନଙ୍କୁ ପରାମର୍ଶ ଦେଇଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!