Friday, April 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା

by ସଞ୍ଜୟ ସ୍ୱାଇଁ
May 29, 2025
in State
ଦୁଇ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା
40
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଚାଷୀଙ୍କ ପାଇଁ ଆସିଲା ଖୁସି । ୧୦ ଦିନ ଆଗରୁ ଓଡ଼ିଶା ଛୁଇଁଛି ମୌସୁମୀ । ଦକ୍ଷିଣ ଓଡ଼ିଶାରେ ବିଭିନ୍ନ ଜିଲ୍ଲାକୁ ଅଗ୍ରସର । ଚଳିତବର୍ଷ ଭଲ ବର୍ଷା ସହ ଚାଷ ପାଇଁ ରହିବନି ପାଣିର ଅଭାବ । ଗତବର୍ଷ ଜୁନ୍ ୮ରେ ଓଡିଶା ଛୁଇଁଥିଲା ମୌସୁମୀ । ତେବେ ଚଳିତବର୍ଷ ୧୦ ଦିନ ଆଗରୁ ମାଲକାନାଗିରି, କୋରାପୁଟ ଅଞ୍ଚଳରେ ମୌସୁମୀ ବାୟୁ ଅଗ୍ରସର ହୋଇଛି । ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଜିଲ୍ଲାର କିଛି କିଛି ଅଞ୍ଚଳକୁ ସ୍ପର୍ଶ କରିଛି । ତେବେ ପାଗ ଅନୁକୂଳ ଥିବାରୁ ଖୁବଶୀଘ୍ର ଏହା ସାରା ଓଡ଼ିଶାରେ ସକ୍ରିୟ ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ବଙ୍ଗୋପସାଗର ସକ୍ରିୟ ରହିଛି ସୁଦୃଶ୍ୟ ଲଘୁଚାପ । ଆସନ୍ତା ୨୪ ଘଣ୍ଟାରେ ଭିତରେ ଏହା ଅବପାତରେ ପରିଣତ ହୋଇ ଉତ୍ତର ଆଡକୁ ଗତି କରିବ । ପ୍ରଭାବରେ ୨ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ୨୪ ଘଣ୍ଟା ଭିତରେ ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାକି ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହିତ ବିଜୁଳି ଘଡଘଡି ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କରାଯାଇଛି ।

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ମେ ୯ରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

April 24, 2026
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

April 24, 2026
ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

ଜିଲ୍ଲା ସ୍ତରୀୟ କର୍ମଶାଳା: “ଆସ ଜାଣିବା ଆମ ବଜେଟ”

April 24, 2026
ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

ନୟାଗଡ଼ ପୌର ପରିଷଦ ଅଞ୍ଚଳରେ ଚାଲିଛି ଗୃହ ଗଣନା

April 23, 2026
ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

ଜିଲ୍ଲାରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ:ଆରକ୍ଷୀ ଅଧିକ୍ଷକଙ୍କୁ ଭେଟିଲେ ବିଜେଡ଼ି ଟିମ:ଜୋର୍ ଧରିଲା ଏସଡିପିଓଙ୍କ ଗିରଫ୍ ଦାବି

April 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!