Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଗାମୀ ୭ ଦିନ ପାଇଁ କେମିତି ରହିବ ପାଣିପାଗ

by ସଞ୍ଜୟ ସ୍ୱାଇଁ
June 1, 2025
in State
ଆଗାମୀ ୭ ଦିନ ପାଇଁ କେମିତି ରହିବ ପାଣିପାଗ
178
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁନ୍ ୩ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର ଓ ଭଦ୍ରକ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁନ୍ ୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ସମ୍ଭାବନା ରହିଛି । ସେହିପରି ଜୁନ୍ ୫ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଜୁନ୍ ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତର ସମ୍ଭାବନା ରହିଥିବାବେଳେ ଜୁନ୍ ୭ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଜୁନ୍ ୮ ତାରିଖରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!