Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
May 24, 2025
in State
ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
108
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): କେରଳ ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଆକଳନର ୮ ଦିନ ପୂର୍ବରୁ କେରଳ ଛୁଇଁଛି। ସେପଟେ, ମୌସୁମୀ କେରଳ ଛୁଇଁବା ପରେ ଓଡ଼ିଶା ଅନେକ ସ୍ଥାନରେ ପ୍ରାକମୌସୁମୀ ବର୍ଷା ଦେଖିବାକୁ ମିଳିଛି। ଭୁବନେଶ୍ୱର ସମେତ ଅନ୍ୟ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭଦ୍ରକ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତିଂହପୁର ଏହି ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ୧୩ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହଳୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ କେନ୍ଦୁଝର, ମାଲକାନଗିରି , କୋରାପୁଟ,ରାୟଗଡା, ଗଜପତି, ଗଂଜାମ, ଜଗତସିଂହପୁର କେନ୍ଦ୍ରାପଡା କନ୍ଧମାଳକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହିସବୁ ଜିଲ୍ଲାରେ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତି ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ। ଏହାରି ପ୍ରଭାବରେ ୨୭ ତାରିଖରୁ ୩୦ ତାରିଖ ଯାଏ ରାଜ୍ୟରେ ଭାରି ବର୍ଷାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026
ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!