Monday, April 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରବଳ ବୃଷ୍ଟିପାତ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

by ସଞ୍ଜୟ ସ୍ୱାଇଁ
May 26, 2025
in State
ପ୍ରବଳ ବୃଷ୍ଟିପାତ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
111
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ତୁହାକୁ ତୁହା ଭିଜୁଛି ଉପାନ୍ତରୁ ଉପକୂଳ । ପ୍ରାକ ମୌସୁମୀ ପ୍ରଭାବରେ ଜାରି ରହିଛି ବର୍ଷା । କାଲିଠୁ ୩୦ ତାରିଖ ଭିତରେ ରାଜ୍ୟରେ ପ୍ରବଳ ବର୍ଷା ଆକଳନ କରାଯାଇଛି । ମୌସୁମୀ କେରଳ ଛୁଇଁବା ପରେ ରାଜ୍ୟର ଅନେକ ସ୍ଥାନରେ ଝିପିଝିପି ବର୍ଷା ସାଙ୍ଗକୁ ପାଗରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ଗରମ ଗୁଳୁଗୁଳିରୁ ଲୋକଙ୍କୁ ମିଳିଛି ଟିକେ ଆଶ୍ୱସ୍ତି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ କୋରାପୁଟ, ରାୟଗଡା, ଗଜପତି , କଳାହାଣ୍ଡି ,କନ୍ଧମାଳ, ନୂଆପଡା , ଖୋର୍ଦ୍ଧା , ପୁରୀ, କଟକ, ଜଗତସିଂହପୁର, ଯାଜପୁର,ଭଦ୍ରକ, କେନ୍ଦ୍ରାପଡା, ବାଲେଶ୍ୱର କେନ୍ଦୁଝର ଓ ମୟୂରଭଞ୍ଜ ଭଳି ୧୬ ଜିଲ୍ଲାକୁ ଅରେଞ୍ଜ ଓ୍ବାଣ୍ଣିଂ ଜାରି କରାଯାଇଛି । ଅବଶିଷ୍ଟ ୧୪ ଜିଲ୍ଲାକୁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ଓ୍ବାଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। କାଲି ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବା ନେଇ ପୂର୍ବାନୁମାନ କରାଯାଇଛି । ଏହା ଓଡ଼ିଶାକୁ ମୌସୁମୀ ଅଗ୍ରସର ହେବାରେ ସହାୟକ ହେବ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!