Monday, March 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋର୍ଦ୍ଧାରେ ରାଜ୍ୟପାଳଙ୍କ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
May 22, 2025
in State
ଖୋର୍ଦ୍ଧାରେ ରାଜ୍ୟପାଳଙ୍କ  ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା
67
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ରାଜ୍ୟପାଳ ହରିବାବୁ କମ୍ଭମ୍ପତି ଖୋର୍ଦ୍ଧା ଗସ୍ତ କରିଛନ୍ତି। ରାଜ୍ୟପାଳ ଏହି ସମୟରେ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲାର ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିଛନ୍ତି। ଖୋର୍ଦ୍ଧା ଜିଲାରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାର କିଭଳି କାର୍ଯ୍ୟ ଚାଲିଛି, ତାହାର ସମୀକ୍ଷା କରୁଛନ୍ତି ରାଜ୍ୟପାଳ। ପୂର୍ବାହ୍ନ ୧୦ଟାରେ ରାଜ୍ୟପାଳ ଜିଲା ପରିଷଦ କାର୍ଯ୍ୟାଳୟ ନିକଟରେ ପହଞ୍ଚିବା ପରେ ଜିଲା ପୋଲିସ ପକ୍ଷରୁ ଗାର୍ଡ ଅଫ୍ ଅନର ଦିଆଯାଇଥିଲା। ପରେ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଜ୍ୟପାଳ। ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ଉପଢୌକନ, ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ସମୟରେ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଏକାମ୍ର ବିଧାୟକ ବାବୁ ସିଂ, ଜିଲାପାଳ ଚଞ୍ଚଳ ରାଣା, ଏସ୍ପି ସାଗରିକା ନାଥ, ଅତିରିକ୍ତ ଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା ପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାର ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଅଛନ୍ତି। ଜିଲାପାଳ ସ୍ବାଗତ ଭାଷଣରେ ଜିଲାର ଭୌଗୋଳିକ, ଐତିହ୍ୟ, ପର୍ଯ୍ୟଟନ, ଶିଳ୍ପ ସ୍ଥିତି ଉପରେ କହିଥିଲେ। ପରେ ରାଜ୍ୟପାଳ ଗୋଟିଏ ପରେ ଗୋଟିଏ ବିଭାଗର ସମୀକ୍ଷା କରିଥିଲେ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!