Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ରେ ରକ୍ଷା ବନ୍ଧନ- ନିଶା ନିବାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
August 19, 2024
in Feature News
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ରେ ରକ୍ଷା ବନ୍ଧନ- ନିଶା ନିବାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
134
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼- ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ବିଦ୍ୟାଳୟର ସଂପାଦକ ଶ୍ରୀଧର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ସମ୍ବାଦ, ଆମ ଓଡିଶା ଓ ସମ୍ବାଦ ସାହିତ୍ୟ ଘର ତରଫରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୌରପରିଷଦର ପୌରାଧ୍ୟକ୍ଷା ନିରୁପମା ଖଟେଇ ଯୋଗଦେଇ ଥିଲା ବେଳେ ମୁଖ୍ୟ ବକ୍ତା ଭାବେ ନାଟ୍ୟ ଭୂଷଣ ଡକ୍ଟର ବିଜୟ କୁମାର ଚୌଧୁରୀ , ସମ୍ମାନିତ ଅତିଥି ଭାବେ ସମାଜସେବୀ ପ୍ରମୋଦ ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ସାହିତ୍ୟିକ ଶରତ ଚନ୍ଦ୍ର ଆଚାର୍ଯ୍ୟ ଯୋଗଦେଇଥିଲେ।

ସମ୍ବାଦ ଜିଲ୍ଲା ପ୍ରତିନିଧି ସନ୍ଦିପ କୁମାର ଲେଙ୍କା କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଆଜିର ଦିବସଟିରେ ରକ୍ଷା ବନ୍ଧନ ଓ ବଳଦେବଜନ୍ମ କାହିଁକି ପାଳନ କରାଯାଏ ବୋଲି ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଚୌଧୁରୀ ଆଲୋଚନା କରିବା ସହିତ କୃଷି ଓ କୃଷକ ମାନଙ୍କ ପାଇଁ ଆଜିର ଦିବସଟି ଉତ୍ସବ ମୁଖର ବୋଲି କହିଥିଲେ।

ଏହି ଭଳି ଏକ ପବିତ୍ର ଦିନରେ ଭାଇ ମାନେ ଭଉଣୀମାନଙ୍କ ଠାରୁ ରାକ୍ଷୀ ପିନ୍ଧି ନିଶା ସେବନ ନ କରିବା ପାଇଁ ଶପଥ ଗ୍ରହଣ କରିବାକୁ ଆଜିର ଏଇ ଅଭିନବ ପ୍ରୟାସ ପାଇଁ ସମ୍ବାଦ ର ପ୍ରତିଷ୍ଠାତା ସୌମ୍ୟରଂଜନ ପଟ୍ଟନାୟକଙ୍କୁ ମୁଖ୍ୟ ଅତିଥି ଶ୍ରୀମତୀ ଖଟେଇ ହାର୍ଦ୍ଦିକ ଧନ୍ୟବାଦ ଅର୍ପଣ କରିଥିଲେ।

ଆଜିର ଏଇ କାର୍ଯ୍ୟକ୍ରମରେ ଉପସ୍ଥିତ ଦୁଇ ଶହ ଭାଇ ଭଉଣୀ ରକ୍ଷା ବନ୍ଧନ ସହିତ ନିଶା ନିବାରଣ ଶପଥ ଗ୍ରହଣ କରିଥିଲେ। ଉପସ୍ଥିତ ଝିଅ ମାନେ ଥାଳିରେ ପୁଷ୍ପ ଅକ୍ଷତ ଚନ୍ଦନ ସିନ୍ଦୁର,ଦୀପ ଧୂପ, ରାକ୍ଷୀ ସହିତ ମିଷ୍ଟାନ୍ନ ଧରି ସଂଗୀତର ତାଳେ ତାଳେ ଭାଇ ମାନଙ୍କୁ ରାକ୍ଷୀ ପିନ୍ଧାଇ ବନ୍ଦାପନା କରିଥିଲେ। ଏହାପରେ ଗଛଲଗା କାର୍ଯ୍ୟକ୍ରମରେ ସମସ୍ତେ ସମ୍ମିଳିତ ହୋଇ ଥିଲେ।

ବିଦ୍ୟାଳୟର ସ୍କାଉଟ୍ ଗାଇଡ୍ ଛାତ୍ରଛାତ୍ରୀ ମାନେ ସ୍ଥାନୀୟ ସୁବର୍ଣ୍ଣଦେଇପୁର ଓ ନୂଆ ଜୟପୁର ଗ୍ରାମକୁ ଯାଇ ଭାଇ ମାନଙ୍କୁ ରାକ୍ଷୀ ବାନ୍ଧିଥିଲେ ।ବିଦ୍ୟାଳୟରେ ଆୟୋଜିତ ଏହି ଦିବ୍ୟ କାର୍ଯ୍ୟକ୍ରମରେ ପ୍ରଦୀପ କୁମାର ସାହୁ, ପ୍ରଫୁଲ୍ଲ କୁମାର ନାୟକ, ଗୋକୁଳ ଚନ୍ଦ୍ର ଷଡଙ୍ଗୀ,ସେବା ଅନୁଷ୍ଠାନର ଭାଇ ଭଉଣୀ, ବିଦ୍ୟାଳୟର ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ସ୍କାଉଟ୍ ଗାଇଡ୍ ଛାତ୍ରଛାତ୍ରୀ ମାନେ ସହଯୋଗ କରିଥିଲେ। ପରିଶେଷରେ ଡକ୍ଟର ସୁକାନ୍ତି ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!