Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ବିଶାଳ ଶୋଭାଯାତ୍ରା

by ସଞ୍ଜୟ ସ୍ୱାଇଁ
January 13, 2025
in Nayagarh, State
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ବିଂଶତମ ବାର୍ଷିକ ଉତ୍ସବ ଓ ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଉପଲକ୍ଷେ ବିଶାଳ ଶୋଭାଯାତ୍ରା
159
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସ୍ବାମୀ ବିବେକାନନ୍ଦଙ୍କ ୧୬୩ ତମ ଜୟନ୍ତୀ ବିଦ୍ଯାଳୟର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ନେତୃତ୍ବରେ ମହାସମାରୋହରେ ପାଳିତ ହୋଇ ଯାଇଛି। ସକାଳ ୦୯ଟା ସମୟରେ ଖଣ୍ଡପଡାରୋଡସ୍ଥ ହନୁମାନ ମନ୍ଦିର ଠାରୁ ଆୟୋଜିତ ବିଶାଳ ଶୋଭାଯାତ୍ରାକୁ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ପତାକା ଦେଖାଇ ଉଦଘାଟନ କରିଥିଲେ।

ଶୋଭାଯାତ୍ରା ହନୁମାନ ମନ୍ଦିର ଠାରୁ ଶ୍ରୀଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇ ଥିଲା ବେଳେ ଉକ୍ତ ଶୋଭାଯାତ୍ରାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ସ୍ବାମୀ ବିବେକାନନ୍ଦ ଲୋକ ସଂସଦ ନୟାଗଡ଼ ଜିଲ୍ଲା ଶାଖା,ଭାରତ ବିକାଶ ପରିଷଦ,ପୂଜ୍ଯପୂଜା କମିଟି,ରୋଟାରୀ କ୍ଲବ,ସିଭିଲ୍ ସୋସାଇଟି, ନୟାଗଡ଼ ଜିଲ୍ଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ଆଦି ଅନେକ ସାମାଜିକ ଅନୁଷ୍ଠାନ ଯୋଗଦେଇଥିଲେ। ସକାଳ ୧୧ଟାରେ ହାଉସିଂ ବୋର୍ଡ ନିକଟ ବିଦ୍ଯାଳୟର ନୂତନ ଭବନ ପରିସରରେ ବିଦ୍ଯାଳୟର ବିଂଶତମ ବାର୍ଷିକ ଉତ୍ସବ ଉପଲକ୍ଷେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।

ଅପରାହ୍ନ ୦୩ ଟାରେ ବିଦ୍ଯାଳୟର ଉପଦେଷ୍ଟା ପ୍ରାଧ୍ୟାପକ ଅଶୋକ କୁମାର ନାୟକଙ୍କ ପୌରହିତ୍ଯରେ ଅନୁଷ୍ଠିତ ସଭାରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ବିଧାୟକ ଡକ୍ଟର ଅରୁଣ କୁମାର ସାହୁ ଯୋଗଦେଇ ସମାଜରେ ସଂସ୍କାର ଆଣିବା ପାଇଁ ପିତାମାତାଙ୍କ ବିଶେଷ ଭୂମିକା ଥିବା ବିଷୟରେ ବକ୍ତବ୍ଯ ରଖିଥିଲା ବେଳେ ବିଶିଷ୍ଟ ଅତିଥି ଭାବେ ପଦ୍ମବିଭୂଷଣ ପ୍ରାପ୍ତ ଶିଳ୍ପୀ ଗୁରୁ ସୁଦର୍ଶନ ସାହୁ, ମୁଖ୍ଯ ବକ୍ତା ଭାବେ ତାମିଲନାଡୁ କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ବିଶ୍ବ ସ୍ବାସ୍ଥ୍ଯ ସଂଗଠନର ପ୍ରାକ୍ତନ ଉପଦେଷ୍ଟା ପଦ୍ମଶ୍ରୀ ସମ୍ମାନ ପ୍ରାପ୍ତ ପ୍ରଫେସର ଆଦିତ୍ୟ ପ୍ରସାଦ ଦାସ ଓ ସମ୍ମାନିତ ଅତିଥି ଭାବେ ତିରୁପତି ସଂସ୍କୃତ ବିଶ୍ବବିଦ୍ୟାଳୟର ଡିନ୍ ପ୍ରଫେସର ସତ୍ଯ ନାରାୟଣ ଆଚାର୍ଯ୍ୟ ଯୋଗଦେଇ ସ୍ବାମୀ ବିବେକାନନ୍ଦ ଥିଲେ ଭାରତବର୍ଷର ପ୍ରାଣ ଏବଂ ତାଙ୍କ ଆଦର୍ଶ ଜୀବନୀ ସମସ୍ତ ଯୁବ ସମାଜ ପାଇଁ ପ୍ରେରଣାର ଉତ୍ସ ବୋଲି ବକ୍ତବ୍ଯ ରଖିଥିଲେ।

ରକ୍ତଦାନ ଶିବିର ସହିତ ବିଭିନ୍ନ ସମାଜକଲ୍ଯାଣ କାର୍ଯ୍ଯକୁ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ହାତକୁ ନେଇଥିବା ସହିତ ବିଦ୍ଯାଳୟ ଛାତ୍ରଛାତ୍ରୀ ମାନଙ୍କର ମାଟ୍ରିକ୍ ପରୀକ୍ଷା, ମେଧାବୃତ୍ତି ପରୀକ୍ଷା,ପଠାଣି ସାମନ୍ତ ଗଣିତ ପ୍ରତିଭା ପରୀକ୍ଷା,ପ୍ରାଦେଶିକ ବିଜ୍ଞାନ ମେଳା ଆଦି ବିଭିନ୍ନ କ୍ଷେତ୍ର ରେ ସଫଳତା ହାସଲ କରିଥିବାରୁ ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଶୁଭେଚ୍ଛା ଅଭିନନ୍ଦନ ଜଣାଇ ଥିଲେ। ବିଦ୍ଯାଳୟ ପରିବେଶରେ ଏକ ସୁନ୍ଦର ଗୋଶାଳା,ଅର୍ଗାନିକ ପରିବା ବଗିଚା,ଫୁଲ ବଗିଚା ଓ ଉତ୍ତମ ଛାତ୍ରାବାସ ଥିବାରୁ ଏ ବିଦ୍ଯାଳୟ ହେଉଛି ଏକ ଶିକ୍ଷଣ ଶାଳା ବୋଲି ଅତିଥି ମାନେ ଅଭିହିତ କରି ଅନୁଷ୍ଠାନର କର୍ମକର୍ତ୍ତା ମାନଙ୍କୁ ଧନ୍ଯବାଦ ପ୍ରଦାନ କରିଥିଲେ।

ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଓଡିଶାର ସର୍ବୋଚ୍ଚ ସମ୍ମାନ ଉତ୍କଳ ଜ୍ଯୋତି ସମ୍ମାନ ପାଇ ବିଦ୍ଯାଳୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ଷଷ୍ଠ ଶ୍ରେଣୀ ର ଛାତ୍ରୀ ବିଶ୍ବବିଜିତା ମହାନ୍ତି ଙ୍କୁ ସମ୍ବର୍ଦ୍ଧନା କରାଯାଇ ଥିବା ବେଳେ ବିଦ୍ଯାଳୟର ପ୍ରାକ୍ତନ ଓଡିଆ ଶିକ୍ଷକ ଚାରଣ ବସନ୍ତ କୁମାର ପୂଜାପଣ୍ଡା ,ସର୍ବଶିକ୍ଷା ଅଭିଯାନ ର ପ୍ରାକ୍ତନ ରାଜ୍ଯ ରିସୋର୍ସ ପର୍ସନ ରବି ନାରାୟଣ ପାତ୍ର ଓ ହର୍ଟିକଲଚର ଅଫିସର ଅଜିତ୍ କୁମାର ନାୟକଙ୍କୁ ବିଦ୍ଯାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇ ଥିଲା।

ବିଭିନ୍ନ ପ୍ରତିଯୋଗିତା ରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ।ପରେ ପରେ ଅନେକ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ବିଦ୍ଯାଳୟ ସଂପାଦକଙ୍କ ରଚିତ ନାଟକ”କର୍ମଫଳ” ମଞ୍ଚସ୍ଥ ହୋଇଥିଲା।ଏହି କାର୍ଯ୍ୟକ୍ରମ ରେ ସମସ୍ତ ଗୁରୁଜୀ ଗୁରୁମା ମାନେ ସହଯୋଗ କରିଥିଲା ବେଳେ ଛାତ୍ରୀ ବିଶ୍ବବିଜିତା ମହାନ୍ତି ଓ ରଂଜନ ଗୁରୁଜୀ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପରିଶେଷରେ ବିଦ୍ଯାଳୟର ପ୍ରଧାନ ଆଚାର୍ଯ୍ୟା ପ୍ରିୟମ୍ବଦା ଗୁରୁମା ଧନ୍ଯବାଦ ଅର୍ପଣ କରିଥିଲେ।।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!