Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ବୃତ୍ତଙ୍କ ଆକ୍ରମଣ, ଜଣେ ମୃତ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
October 22, 2023
in Crime, State
ଦୁର୍ବୃତ୍ତଙ୍କ ଆକ୍ରମଣ, ଜଣେ ମୃତ ଜଣେ ଗୁରୁତର
108
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ରମ୍ଭା ଥାନା ଅନ୍ତର୍ଗତ କୋମଣ୍ଡ ବଡ଼ରାମପଲ୍ଲୀ ଗାଁ ରାସ୍ତାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତ ଯୁବକ ଜଣଙ୍କ କୋମଣ୍ଡ ଗ୍ରାମର କେ.ପଦ୍ମ ରେଡ୍ଡୀ ଓ ଗୁରୁତର ଜଣଙ୍କ ଗୁଡ଼ିଝର ଗ୍ରାମର ନୃସିଂହନାଥ ପଣ୍ଡା। ଗତକାଲି ରାତିରେ ଏହି ଦୁଇ ଜଣ ଅଟୋ ଯୋଗେ ପୁରୁଷତ୍ତମପୁରରୁ ନିଜ ନିଜ ଗ୍ରାମ ଅଭିମୁଖେ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି ବଡ଼ରାମପଲ୍ଲୀ ଗ୍ରାମ ନିକଟରେ ସେମାନଙ୍କୁ ଆକ୍ରମଣ କରିଥିଲେ। ସ୍ଥାନୀୟ ଲୋକେ ଏହି ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପୁରୁଷୋତ୍ତମପୁର ଡାକ୍ତରଖାନାକୁ ନେଇଥିଲେ। ସେଠାରେ କେ. ପଦ୍ମ ରେଡ୍ଡୀଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ନୃସିଂହନାଥ ପଣ୍ଡାଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ଆକ୍ରମଣର କାରଣ ଅସ୍ପଷ୍ଟ ରହିଥିବା ବେଳେ ରମ୍ଭା ଥାନା ପୁଲିସ୍ ତଦନ୍ତ ଆରମ୍ଭ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ମୃତ କେ. ପଦ୍ମ ରେଡ୍ଡୀଙ୍କ ଗାଁ କୋମଣ୍ଡରେ ୨ ଗୋଷ୍ଠୀ ମଧ୍ୟରେ କଳହ ରହିଥିବା ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!