Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଣପୁରରେ ଏ-୧ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା

by ସଞ୍ଜୟ ସ୍ୱାଇଁ
May 24, 2023
in Education, Nayagarh, State
ରଣପୁରରେ ଏ-୧ ଛାତ୍ରଛାତ୍ରୀଙ୍କୁ  ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା
430
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ୨୦୨୨-୨୩ ଶିକ୍ଷା ବର୍ଷର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫଳାଫଳ ଚଳିତ ମାସ ଗତ ୧୮ ତାରିଖରେ ପ୍ରକାଶିତ ହୋଇ ଯାଇଛି । ଏଥିରେ ରଣପୁର ବ୍ଲକରୁ ୩୪ ଜଣ ଛାତ୍ରଛାତ୍ରୀ ଏ-୧ ଗ୍ରେଡରେ ପାସ କରି ରଣପୁର ବ୍ଲକ ପାଇଁ ଗୌରବ ଆଣି ପାରିଛନ୍ତି । ସେମାନଙ୍କ ମଧ୍ୟରୁ ୯୫% ପ୍ରତିଶତ ମାର୍କ ରଖ୍‌ô ୨ ଜଣ ଉତୀର୍ଣ୍ଣ ହୋଇଥ୍‌ôବା ଜଣାଯାଇଛି ।

ସେମାନେ ହେଲେ ବୃନ୍ଦାବନପୁର ପଚାଂୟତ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ନାୟକ ଓ ମଝିଆଖଣ୍ଡ ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ର ଅନିଲ କୁମାର ସାହୁ ଉଭୟ ୫୭୦ ମାର୍କ ରଖି ରଣପୁର ବ୍ଲକର ଟପ୍ପର ଭାବେ ଉତୀର୍ଣ୍ଣ ହୋଇଥିବା ଜଣାଯାଇଛି । ଅନ୍ୟ ଏ-୧ ଗ୍ରେଡରେ ପାସ୍ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ନିଜ ବିଦ୍ୟାଳୟ ତରଫରୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଗୌରାଙ୍ଗପୁର ପଚାଂୟତର ଗୌରାଙ୍ଗପୁର ଗ୍ରାମ ପଚାଂୟତ ଉଚ୍ଚ ବିଦ୍ୟାଳୟର ୩ ଜଣ ଛାତ୍ରୀ ଏ-୧ ଗ୍ରେଡରେ ପାସ୍ କରି ନିଜ ବିଦ୍ୟାଳୟ ତଥା ନିଜ ଅଚଂଳ ପାଇଁ ଗୌରବ ଆଣି ପାରିଛନ୍ତି । ସେମାନେ ହେଲେ ତୁଳସୀ ରଥ (୫୪୨ ମାର୍କ), ପୁଷ୍ପାଞ୍ଜଳୀ ବଳିଆରସିଂହ (୫୪୬ ମାର୍କ), ସସ୍ମିତା ମୁଦୁଲି (୫୪୦ ମାର୍କ) । ଏହି ୩ ଜଣଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରାଯାଇଛି । ଏହି ସମ୍ବର୍ଦ୍ଧନା କାର‌୍ୟ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ବିଦେଶିନୀ ପତିଙ୍କ ତତ୍ୱାବଧାନରେ କୃତୀ ଛାତ୍ରମାନଙ୍କ ଘରକୁ ଯାଇ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ଶିତେନ୍ଦ୍ର ବଳିଆରସିଂ, ପ୍ରମୋଦ ଛୋଟରାୟଙ୍କ ସମେତ ବହୁ ପୁରାତନ ଛାତ୍ରଛାତ୍ରୀ ଏହି କାର‌୍ୟ୍ୟକ୍ରମରେ ଉପସ୍ଥିତ ରହି ସହଯୋଗ କରିଥିଲେ । ସେହିପରି ମଝିଆଖଣ୍ଡ ପଚାଂୟତର ରଘୁନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ଏ-୧ ଗ୍ରେଡ ମାର୍କ ରଖି ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଛି । ଏହି କାର‌୍ୟ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ମୂଖ୍ୟ ବକ୍ତା ଭାବେ ସ୍ଥାନୀୟ ସରପଚଂ ମଧୁମିତା ତରାଇ , ମୋ ସକୁଲ ସଭାପତି ସୁବଳ ପ୍ରଧାନ , ମୋ ସ୍କୁଲ ସଭ୍ୟ ଅଶୋକ କୁମାର ବେହେରା, ବିଦ୍ୟାଳୟର ପୂର୍ବତନ ଖେଳ ଶିକ୍ଷକ ଶରତ କୁମାର ସାମନ୍ତରାୟ ପ୍ରମୂଖ ଯୋଗ ଦେଇଥିଲେ ।

ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବସନ୍ତ କୁମାର ସାହୁଙ୍କ ତତ୍ୱାବଦାନରେ ଏହି କାର‌୍ୟ୍ୟକ୍ରମ ଆୟୋଜିତ ହୋଇଥିଲା । ଅନିଲ କୁମାର ସାହୁ ୫୭୦ ମାର୍କ ରଖି ବ୍ଲକ ଟପ୍ପର ହୋଇ ପାରିଥିବା ବେଳେ ପ୍ରତାପ କୁମାର ବେହେରା ୫୬୦ ମାର୍କ ରଖି ଏ-୧ ଗ୍ରେଡ ହାସଲ କରି ବିଦ୍ୟାଳୟ ତଥା ଅଚଂଲ ପାଇଁ ଗୌରବ ଆଣି ପାରିଛନ୍ତି । ଉପସ୍ଥିତ ଅତିଥି ମାନେ ସେମାନଙ୍କୁ ଟ୍ରଫି ଓ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । ଏହି କାର‌୍ୟ୍ୟକ୍ରମରେ ମଝିଆଖଣ୍ଡ ସି.ଆର.ସି.ସି. ବିଶ୍ୱ ମୋହନ ବେହେରା, ନରସିଂହପୁର ସି.ଆର.ସି.ସି. ସୁଶୀଲ କୁମାର ରଣା, ଶିକ୍ଷୟତ୍ରୀ ସୁନିତା ପରମାଣିକ, ସୋନାଲି ପ୍ରିୟଦର୍ଶିନୀ, ଶିକ୍ଷକ ସଞ୍ଜୟ ନାୟକଙ୍କ ସହ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ , ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ ସଦସ୍ୟା ଏହି କାର‌୍ୟ୍ୟକ୍ରମରେ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!