Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦର୍ଶକଙ୍କ ମନ ମୋହିଲା ପୁରୁଲିଆ ପାଇକ ଆଖଡ଼ା ଓ ନାଗା ମେଢ଼

ଦ୍ଵିତୀୟ ସନ୍ଧ୍ୟାରେ ରଣପୁର ମହୋତ୍ସବ "ଅର୍ଜୁନ-୨୦୨୫"

by ସଞ୍ଜୟ ସ୍ୱାଇଁ
January 7, 2025
in Breaking, Nayagarh
ଦର୍ଶକଙ୍କ ମନ ମୋହିଲା ପୁରୁଲିଆ ପାଇକ ଆଖଡ଼ା ଓ ନାଗା ମେଢ଼
215
VIEWS
Share on FacebookShare on Twitter

ମହୋତ୍ସବ ହେଉଛି ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ:ଅରୁଣ 

ରଣପୁର, (ବାଘୁଆବାର୍ତ୍ତା): ରଣପୁର କଳା ସଂସ୍କୃତି ଐତିହ୍ୟ ପରମ୍ପରା ଓ ଶହୀଦମାନଙ୍କ ବୀରତ୍ୱ ସ୍ମୃତି ସାଉଁଟିବା ପାଇଁ ୨୦୦୬ ମସିହାରୁ ରଣପୁର ମହୋତ୍ସବ ଅର୍ଜୁନ ଅନୁଷ୍ଠିତ ହୋଇଆସୁଥିବା ବେଳେ ପ୍ରତେକ ବର୍ଷ ଭଳି ଚଳିତ ବର୍ଷ ଜାନୁଆରୀ ୫ ତାରିଖ ରବିବାର ଠାରୁ ଆରମ୍ଭ ହୋଇଛି | ଏହି ମହୋତ୍ସବ ପାଞ୍ଚଦିନ ଧରି ଜାନୁଆରୀ ୫ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବ | ତେବେ ଓଡିଶା ଅନୁଷ୍ଠିତ ହେଉଥିବା ବିଭିନ୍ନ ମହୋତ୍ସବ ଭିତରୁ ଏହା ଅଭିନ୍ନ ହୋଇଥିବା ବେଳେ ରଣପୁର ମାଟିରେ ଶହୀଦ ହୋଇଥିବା ବିରଙ୍ଗନାମାନଙ୍କ ସ୍ମୃତି ଉଦ୍ଦେଶ୍ୟ ପାଳନ କରାଯାଉଥିବାରୁ ଅନ୍ୟ ଅଞ୍ଚଳରେ ପାଳନ କରାଯାଉଥିବା ମହୋତ୍ସବ ଅପେକ୍ଷା ଏହି ମହୋତ୍ସବର ଏକ ସ୍ୱତନ୍ତ୍ର ପରିଚୟ ରହିଛି | ଦ୍ଵିତୀୟ ଦିବସ ଅପରାହ୍ନ ୩ ଘଟିକାରୁ ୫ ଘଟିକା ପର୍ଯ୍ୟନ୍ତ ମୁକ୍ତ ମଞ୍ଚରେ କୁଇଜ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା | ଏହି କୁଇଜ କାର୍ଯ୍ୟକ୍ରମକୁ ଶିକ୍ଷକ ମାନସ ରଞ୍ଜନ ପଟ୍ଟନାୟକ, ପ୍ରଭାତ କୁମାର ପଣ୍ଡା, ଚିତ୍ତରଞ୍ଜନ ଦାଶ, ଜ୍ୟୋତି ରଞ୍ଜନ ଦାଶ ଓ ଆଇନୀଜୀବୀ ଚନ୍ଦ୍ରବିଜୟୀ ମିଶ୍ର ପରିଚାଳନା କରିଥିଲେ | ଏହା ପରେ ବିଭିନ୍ନ ବିଦ୍ୟାଳୟ ତଥା ଅନୁଷ୍ଠାନରୁ ଆସିଥିବା କୁନି କୁନି କଳାକାରଙ୍କୁ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା |

ଶହୀଦ ରଘୁ-ଦିବାକରଙ୍କ ଉପରେ ଚଳଚ୍ଚିତ୍ର କରାଯିବ : ସିଦ୍ଧାନ୍ତ 

ପୁରୀରୁ ଆସିଥିବା ଓଡିଶା ସରକାରଙ୍କ ନୃସିଂହ କଳା ପରିଷଦର ସାଂସ୍କୃତିକ ନାଗା ମେଢ଼ ନୃତ୍ୟ ବେଶ ଚିତାକର୍ଷକ ହୋଇଥିଲା | ଦିଗପହଣ୍ଡି ବିଧାୟକ ଶ୍ରୀ ମହାପାତ୍ର ଶହୀଦ ରଘୁ-ଦିବାକରଙ୍କ ଉପରେ ଚଳଚ୍ଚିତ୍ର ନିର୍ମାଣ କରାଯିବ ବୋଲି କହିଥିଲେ | ନୟାଗଡ ବିଧାୟକ ଶ୍ରୀ ସାହୁ କହିଥିଲେ ଯେ ସଂସ୍କୃତି, ପରମ୍ପରା, ଶହୀଦ ମାନଙ୍କୁ ସ୍ମରଣ କରିବାର ମଞ୍ଚ ହେଉଛି ମହୋତ୍ସବ ମଞ୍ଚ | ଏହା ପରେ ଦ୍ଵିତୀୟ ସନ୍ଧ୍ୟାର ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା | ଏହି ସଭାକାର୍ଯ୍ୟରେ ଅତିଥି ଭାବେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ନୟାଗଡ ବିଧାୟକ ଅରୁଣ କୁମାର ସାହୁ, ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ. ସୁଶ୍ରୀ, ରଣପୁର ବିଡ଼ିଓ ସୁଧୀର କୁମାର ନାୟକ ପ୍ରମୁଖ ଯୋଗ ଦେଇଥିଲେ | ଓଡ଼ିଶାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ସଭାପତିତ୍ୱରେ ଏହି ସଭାକାର୍ଯ୍ୟ ପରିଚାଳିତ ହୋଇଥିଲା | ସଙ୍ଗୀତ କଳା ବିଦ୍ୟା ନିକେତନର ଅଧ୍ୟକ୍ଷ ସତ୍ୟ ନାରାୟଣ ମହାପାତ୍ର ଓ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସଙ୍ଗୀତ ଗାନ କରାଯାଇଥିଲା |

ଶିକ୍ଷାର ଗୁରୁତ୍ୱ ଓ ଶିକ୍ଷାରେ ଶିକ୍ଷଣ ସାମଗ୍ରୀର ବ୍ୟବହାର ସମ୍ବନ୍ଧରେ ଅବଗତ

ଏଥିରେ ସମଗ୍ର ଶିକ୍ଷା ଅଭିଯାନର ରଣପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଏକ ଷ୍ଟଲ କରାଯାଇ ଜନସାଧାରଣଙ୍କୁ ଶିକ୍ଷାର ଗୁରୁତ୍ୱ ଓ ଶିକ୍ଷାରେ ଶିକ୍ଷଣ ସାମଗ୍ରୀର ବ୍ୟବହାର ସମ୍ବନ୍ଧରେ ଅବଗତ କରାଯାଉଛି | ରଣପୁର ବିଜ୍ଞାପିତ ପରିଷଦ ଓ ପଞ୍ଚାୟତ ସମିତି ରଣପୁର ପକ୍ଷରୁ ଷ୍ଟଲ କରାଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆବେଦନ କରିବା ପାଇଁ ଲୋକମାନଙ୍କୁ ସଚେତନ କରାଯାଉଛି | ଏହା ସହିତ ବିଭିନ୍ନ ଖେଳନା ଦୋକାନ, ଖାଦ୍ୟ ଦୋକାନ, ମିନା ବଜାର ଓ ଦୋଳି ବଜାରରେ ଲୋକମାନଙ୍କ ବହୁ ସଂଖ୍ୟାରେ ଭିଡ଼ ଲାଗି ରହିଥିବା ଦେଖିବାକୁ ମିଳିଛି | ମହୋତ୍ସବକୁ ଶୃଙ୍ଖଳିତ କରିବା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି | ସତ୍ୟ ନାରାୟଣ ମହାପାତ୍ର ସାଂସ୍କୃତିକ ମଞ୍ଚ କାର୍ଯ୍ୟ ପରିଚାଳନା କରିଥିଲେ | ଖୋର୍ଦ୍ଧା ପାଇକ ଆଖଡ଼ା , ସମ୍ବଲପୁରୀ ନୃତ୍ୟ, ପାଲ୍ଲା, ଆସାମର ବିହୁ, ପୁରୁଲିଆ ଛଉ ନୃତ୍ୟ, ଦର୍ଶକଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାନ୍ଧି ରଖି ପାରିଥିଲା |

୧୯୩୯ ମସିହାରେ ଜାନୁଆରୀ ୫ ତାରିଖରେ ବେଜେଲଗେଟ ଗୁଳିରେ ଅର୍ଜୁନ ରାଉତ ଶହୀଦ ହୋଇଥିଲେ | ପରେ ଉତ୍ୟକ୍ତ ଲୋକମାନେ ବାଉଁଶ ଠେଙ୍ଗାରେ ବେଜେଲଗେଟକୁ ବାଡେଇ ବାଡେଇ ହତ୍ୟା କରିଥିଲେ | ପରେ ବିହାରର ଭାଗଲପୁର ଜେଲରେ ରଘୁଦିବାକରଙ୍କ ଫାଶି ଦିଆ ଯାଇଥିଲା | ଏହି ଶହୀଦ ମାଟିରେ ବୀରମାନଙ୍କର ସ୍ମୃତିକୁ ମନେ ରଖିବା ପାଇଁ ୨୦୦୬ ମସିହା ଠାରୁ ରଣପୁରରେ ମହୋତ୍ସବ ହୋଇ ଆସୁଛି |

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!