Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ୨ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ୨ ଜଣ ଗିରଫ
227
VIEWS
Share on FacebookShare on Twitter

ସୋନପୁର, (ବାଘୁଆବାର୍ତ୍ତା): ଜଣେ ଯୁବତୀଙ୍କୁ ନିଶା ଦେଇ ଦୁଷ୍କର୍ମ କରିବା ଅଭିଯୋଗରେ ପୁଲିସ୍‌ ୨ ଜଣଙ୍କୁ ବାନ୍ଧିଛି। ଗିରଫ ୨ ଜଣଙ୍କ ମଧ୍ୟରେ ଜଣେ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଥିବା ଜଣାଯାଇଛି। ଏପରି ଲଜ୍ଜାଜନକ ଘଟଣା ସୁବର୍ଣ୍ଣପୁର ଜିଲ୍ଲାରେ ଘଟିଛି। ଗିରଫ ୨ ଜଣ ହେଲେ ଗଣେଶ ସାହୁ ଏବଂ ବିଦ୍ୟୁତ୍‌ ବିଭାଗ ଯନ୍ତ୍ରୀ ଶଶିକାନ୍ତ ସେଠୀ । ପୁଲିସ୍‌ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ଯୁବତୀ ଜଣଙ୍କ ଘର ବୀରମହାରାଜପୁର ଥାନା ଅଞ୍ଚଳରେ । ହେଲେ ସେ ଦୀର୍ଘ ଦିନ ହେଲା ସ୍ୱଧାର ଗୃହରେ ଆଶ୍ରୟ ନେଇଥିଲେ। ଗତ ରବିବାର ସେ ଏକୁଟିଆ ସମ୍ବଲପୁର ଯାଉଥିଲେ। ଏହାର ସୁଯୋଗ ନେଇ ଶଶିକାନ୍ତ ଓ ଗଣେଶ ତାଙ୍କୁ ପ୍ରଲୋଭିତ କରି ନେଇ ଯାଇଥିଲେ। ଏହାପରେ ସେମାନେ ଯୁବତୀଙ୍କୁ ନିଶା ଦେଇ ଏକ ଘରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅତ୍ୟଧିକ ନିଶାରୁ ଯୁବତୀ ଜଣଙ୍କ ଘରୁ ପଦାକୁ ଆସି ହଙ୍ଗାମା କରିବା ପରେ ପୁଲିସ୍‌ ଖବର ପାଇ ରାସ୍ତାରୁ ତାଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ସୁସ୍ଥ ହେବା ପରେ ପୀଡ଼ିତାଙ୍କ ବୟାନକୁ ରେକର୍ଡ କରିବା ସହ ପୁଲିସ୍‌ ଦୁଇ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!